Covid Cases in Odisha: ଓଡିଶାରୁ ଆଜି ୭୪୧କରୋନା ସଂକ୍ରମିତ ଚିହ୍ନଟ, ୧୮ ବର୍ଷମଧ୍ୟରେ ୧୩୮

ଭୁବନେଶ୍ଵର: Covid cases in Odisha in last 24 hours district Wise ଓଡ଼ିଶାରେ କରୋନା ସଂକ୍ରମଣ (Coronavirus Odisha) ଆଜି କାଲି ଅପେକ୍ଷା କମିଛି। ଗତକାଲି ଓଡିଶାରୁ ୭୯୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ମଙ୍ଗଳବାର ୭୪୧ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୧୩୮ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟର (Quarantine) ରୁ ୪୩୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୩୦୮ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି କରୋନା ଚିହ୍ନଟଙ୍କ ମଧ୍ୟରେ ସର୍ବାଧିକ ସୁନ୍ଦରଗଡରୁ ୧୭୬ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ଵରରୁ ୧୨ଜଣ, ବରଗଡ଼ରୁ ୧୭ ଜଣ, ଭଦ୍ରକରୁ ୧୨ଜଣ, ବଲାଙ୍ଗୀରିରୁ ୨୮ଜଣ, ବୌଦରୁ ୬ଜଣ, କଟକରୁ ୩୮ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୯ଜଣ, ଢେଙ୍କାନାଳରୁ ୨ଜଣ, ଗଜପତିରୁ ୫ଜଣ, ଗଞ୍ଜାମରୁ ୬ଜଣ, ଜଗତସିଂପୁରରୁ ୫ଜଣ, ଯାଜପୁରରୁ ୧୦ଜଣ, ଝାରସୁଗୁଡାରୁ ୬ଜଣ, କଳାହାଣ୍ଡିରୁ ୩୬ଜଣ, କନ୍ଧମାଳରୁ ୪୫ଜଣ, କେନ୍ଦ୍ରାପଡାରୁ ୫ଜଣ, ଖୋର୍ଦ୍ଧାରୁ ୧୪୦ଜଣ, କୋରାପୁଟରୁ ୧୬ଜଣ, ମୟୁରଭଞ୍ଜରୁ ୫୯ଜଣ, ନବରଙ୍ଗପୁରରୁ ୧୧ଜଣ, ନୟାଗଡରୁ ୮ଜଣ, ନୂଆପଡ଼ାରୁ ୧୬ଜଣ, ପୁରୀରୁ ୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ାରୁ ୧୦ଜଣ, ସମ୍ବଲପୁରରୁ ୪୧ଜଣ ଏବଂ ସୋନପୁରରୁ ୨୦ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୨୭ଜଣ ଚିହ୍ନଟ ହୋଇଛନ୍ତି।
ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୬ ଲକ୍ଷ ୮୧ ହଜାର ୭୮ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୧୪ ହଜାର ୬୮୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୮୫୬ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୯୮ ହଜାର ୮୭୨ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୬,୬୧୬ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।
ସଚେତନତା ହିଁ କୋଭିଡରୁ ଆପଣଙ୍କୁ ସୁରକ୍ଷିତ କରିବ। ନିୟମିତ ମାସ୍କ ପିନ୍ଧିବା ସହ ସମସ୍ତ କୋଭିଡ ନିୟମ ପାଳନ ଦିଗରେ ସଚେତନ ହୁଅନ୍ତୁ ଏବଂ ଏହାକୁ କଡ଼ାକଡ଼ି ପାଳନ କରନ୍ତୁ। ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।
RECOMMENDED DEALS
crocs Unisex-Adult LiteRide Slide
₹1,399.00 (as of August 11, 2022 12:26 GMT +05:30 - More infoProduct prices and availability are accurate as of the date/time indicated and are subject to change. Any price and availability information displayed on [relevant Amazon Site(s), as applicable] at the time of purchase will apply to the purchase of this product.)Flite Men's Flip Flops Thong Slippers
₹216.00 (as of August 11, 2022 12:26 GMT +05:30 - More infoProduct prices and availability are accurate as of the date/time indicated and are subject to change. Any price and availability information displayed on [relevant Amazon Site(s), as applicable] at the time of purchase will apply to the purchase of this product.)Lavie Betula Women's Tote Bag | Ladies Purse Handbag
₹925.00 (as of August 11, 2022 12:26 GMT +05:30 - More infoProduct prices and availability are accurate as of the date/time indicated and are subject to change. Any price and availability information displayed on [relevant Amazon Site(s), as applicable] at the time of purchase will apply to the purchase of this product.)crocs unisex-adult Bayaband Slide Slipper
₹1,438.00 (as of August 11, 2022 12:26 GMT +05:30 - More infoProduct prices and availability are accurate as of the date/time indicated and are subject to change. Any price and availability information displayed on [relevant Amazon Site(s), as applicable] at the time of purchase will apply to the purchase of this product.)Read Also | Elephant kills man Hindol: ହାତୀ ଆକ୍ରମଣରେ ଜଣେ ମୃତ