Covid Cases in Odisha: ପୁଣି ବଢିଲା କରୋନା ପଜିଟିଭ ସଂଖ୍ୟା, ଆଜି୯୨୦ ଚିହ୍ନଟ

Share this:

ଭୁବନେଶ୍ଵର: Covid cases in Odisha in last 24 hours district Wise ଓଡ଼ିଶାରେ ୧୮ ବର୍ଷ ବୟସ୍କଙ୍କ ମଧ୍ୟରେ କରୋନା ସଂକ୍ରମଣ (Coronavirus Odisha) ସଂଖ୍ୟା ଆଜି ବଢିଛି। ଗତକାଲି ଓଡିଶାରୁ ୭୪୧ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ବୁଧବାର ୯୨୦ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୧୬୬ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୫୩୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୩୮୨ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି କରୋନା ଚିହ୍ନଟଙ୍କ ମଧ୍ୟରେ ସର୍ବାଧିକ ସୁନ୍ଦରଗଡରୁ ୨୫୦ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ଵରରୁ ୧୭ଜଣ, ବରଗଡ଼ରୁ ୫୪ଜଣ, ଭଦ୍ରକରୁ ୪ଜଣ, ବଲାଙ୍ଗୀରିରୁ ୩୭ଜଣ, ବୌଦରୁ ୧୨ଜଣ, କଟକରୁ ୩୬ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୭ଜଣ, ଢେଙ୍କାନାଳରୁ ଜଣେ, ଗଜପତିରୁ ୬ଜଣ, ଗଞ୍ଜାମରୁ ୧୨ଜଣ, ଜଗତସିଂପୁରରୁ ୮ଜଣ, ଯାଜପୁରରୁ ୧୩ଜଣ, ଝାରସୁଗୁଡାରୁ ୯ଜଣ, କଳାହାଣ୍ଡିରୁ ୧୭ଜଣ, କନ୍ଧମାଳରୁ ୨୦ଜଣ, କେନ୍ଦ୍ରାପଡାରୁ ୯ଜଣ, ଖୋର୍ଦ୍ଧାରୁ ୧୩୩ଜଣ, କୋରାପୁଟରୁ ୨୯ଜଣ, ମୟୁରଭଞ୍ଜରୁ ୪୮ଜଣ, ନବରଙ୍ଗପୁରରୁ ୧୨ଜଣ, ନୟାଗଡରୁ ୨୩ଜଣ, ନୂଆପଡ଼ାରୁ ୯ଜଣ, ପୁରୀରୁ ୧୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ାରୁ ୧୫ଜଣ, ସମ୍ବଲପୁରରୁ ୬୮ଜଣ ଏବଂ ସୋନପୁରରୁ ୨୮ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୩୦ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୭ ଲକ୍ଷ ୨ହଜାର ୫୦୭ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୧୫ ହଜାର ୬୦୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୧୫୧ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୨୩ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୬୩୮୫ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

advertisement_mahimalive

ସଚେତନତା ହିଁ କୋଭିଡରୁ ଆପଣଙ୍କୁ ସୁରକ୍ଷିତ କରିବ। ନିୟମିତ ମାସ୍କ ପିନ୍ଧିବା ସହ ସମସ୍ତ କୋଭିଡ ନିୟମ ପାଳନ ଦିଗରେ ସଚେତନ ହୁଅନ୍ତୁ ଏବଂ ଏହାକୁ କଡ଼ାକଡ଼ି ପାଳନ କରନ୍ତୁ। ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

mahimalive news

[amazon_auto_links id=”9932″]

Read Also | Elephant kills man Hindol: ହାତୀ ଆକ୍ରମଣରେ ଜଣେ ମୃତ

Share this:

Leave a Reply

Your email address will not be published. Required fields are marked *