Covid Cases in Odisha: ରାଜ୍ୟରୁ ୯୮୧ କୋଭିଡ ସଂକ୍ରମିତ ଚିହ୍ନଟ

Share this:

ଭୁବନେଶ୍ଵର: Covid cases in Odisha in last 24 hours district Wise ଗତକାଲି ଓଡିଶାରୁ ୧୦୨୦ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ଶନିବାର ୯୮୧ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୧୬୬ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୫୭୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୪୦୬ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

କରୋନା ଚିହ୍ନଟଙ୍କ ମଧ୍ୟରେ ସର୍ବାଧିକ ସୁନ୍ଦରଗଡରୁ ୨୫୯ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ଜଣେ, ବାଲେଶ୍ଵରରୁ ୧୩ଜଣ, ବରଗଡ଼ରୁ ୪୪ଜଣ, ଭଦ୍ରକରୁ ୧୨ଜଣ, ବଲାଙ୍ଗୀରିରୁ ୨୨ଜଣ, ବୌଦରୁ ୧୦ଜଣ, କଟକରୁ ୩୮ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୮ଜଣ, ଢେଙ୍କାନାଳରୁ ୩ଜଣ, ଗଜପତିରୁ ୭ଜଣ, ଜଗତସିଂପୁରରୁ ୮ଜଣ, ଯାଜପୁରରୁ ୧୬ଜଣ, ଝାରସୁଗୁଡାରୁ ୨୦ଜଣ, କଳାହାଣ୍ଡିରୁ ୩୦ଜଣ, କନ୍ଧମାଳରୁ ୧୯ଜଣ, କେନ୍ଦ୍ରାପଡ଼ାରୁ ୮ଜଣ, କେଉଁଝରରୁ ୧୦ଜଣ, ଖୋର୍ଦ୍ଧାରୁ ୧୫୦ଜଣ, କୋରାପୁଟରୁ ୧୬ଜଣ, ମାଲକାନଗିରିରୁ ଜଣେ, ମୟୁରଭଞ୍ଜରୁ ୮୪ଜଣ, ନବରଙ୍ଗପୁରରୁ ୨୮ଜଣ, ନୟାଗଡରୁ ୨୪ଜଣ, ନୂଆପଡ଼ାରୁ ୧୦ଜଣ, ପୁରୀରୁ ୬ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ାରୁ ୮ଜଣ, ସମ୍ବଲପୁରରୁ ୭୧ଜଣ ଏବଂ ସୋନପୁରରୁ ୨୩ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୩୨ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୬ ଲକ୍ଷ ୨୪ ହଜାର ୯ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୧୨ ହଜାର ୧୧୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୧୩୬ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୯୬ ହଜାର ୨୯୩ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୬୬୩୨ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

advertisement_mahimalive

ସଚେତନତା ହିଁ କୋଭିଡରୁ ଆପଣଙ୍କୁ ସୁରକ୍ଷିତ କରିବ। ନିୟମିତ ମାସ୍କ ପିନ୍ଧିବା ସହ ସମସ୍ତ କୋଭିଡ ନିୟମ ପାଳନ ଦିଗରେ ସଚେତନ ହୁଅନ୍ତୁ ଏବଂ ଏହାକୁ କଡ଼ାକଡ଼ି ପାଳନ କରନ୍ତୁ। ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

mahimalive news

[amazon_auto_links id=”9932″]

Share this:

Leave a Reply

Your email address will not be published. Required fields are marked *