Covid Cases in Odisha: ପୁଣି ୧୦୧୧ କରୋନା ପଜିଟିଭ ଚିହ୍ନଟ

coronavirus-cuttack
Share this:

ଭୁବନେଶ୍ଵର: Covid cases in Odisha in last 24 hours district Wise ଗତକାଲି ଓଡିଶାରୁ ୧୧୩୦ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରବିବାର ୧୦୧୧ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୧୩୦ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୫୯୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୪୨୦ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି କରୋନା ଚିହ୍ନଟଙ୍କ ମଧ୍ୟରେ ସର୍ବାଧିକ ଖୋର୍ଦ୍ଧାରୁ ୨୩୯ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ଜଣେ, ବାଲେଶ୍ଵରରୁ ୧୫ଜଣ, ବରଗଡ଼ରୁ ୧୮ଜଣ, ଭଦ୍ରକରୁ ୬ଜଣ, ବଲାଙ୍ଗୀରିରୁ ୨୫ଜଣ, ବୌଦରୁ ୧୨ଜଣ, କଟକରୁ ୮୧ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୪ଜଣ, ଢେଙ୍କାନାଳରୁ ୨ଜଣ, ଗଜପତିରୁ ୫ଜଣ, ଗଞ୍ଜାମରୁ ଜଣେ, ଜଗତସିଂପୁରରୁ ୯ଜଣ, ଯାଜପୁରରୁ ୨୨ଜଣ, ଝାରସୁଗୁଡାରୁ ୧୧ଜଣ, କଳାହାଣ୍ଡିରୁ ୩୩ଜଣ, କନ୍ଧମାଳରୁ ୧୨ଜଣ, କେନ୍ଦ୍ରାପଡ଼ାରୁ ୧୫ଜଣ, କେଉଁଝରରୁ ୧୨ଜଣ, କୋରାପୁଟରୁ ୫ଜଣ, ମୟୁରଭଞ୍ଜରୁ ୭୧ଜଣ, ନବରଙ୍ଗପୁରରୁ ୯ଜଣ, ନୟାଗଡରୁ ୮ଜଣ, ପୁରୀରୁ ୧୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ାରୁ ୫ଜଣ, ସମ୍ବଲପୁରରୁ ୧୦୫ଜଣ, ସୋନପୁରରୁ ୧୮ଜଣ ଏବଂ ସୁନ୍ଦରଗଡରୁ ୧୮୦ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୪୨ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୫ ଲକ୍ଷ ୧ ହଜାର ୭୭୮ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୬ହଜାର ୫୧୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୯୧୫ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୮୯ହଜାର ୮୮୫ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୭,୪୪୦ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

advertisement_mahimalive

ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

mahimalive news
Share this:

Leave a Reply

Your email address will not be published. Required fields are marked *