Covid Cases in Odisha: ଓଡ଼ିଶାରେ ଆଜି ପୁଣି ବଢିଲା କରୋନା ସଂକ୍ରମଣ, ୬୫୩ ଚିହ୍ନଟ

Share this:

ଭୁବନେଶ୍ଵର: Covid cases in Odisha in last 24 hours district Wise ଓଡ଼ିଶାରେ ଆଜି ପୁଣି ବଢିଛି କରୋନା ସଂକ୍ରମଣ (Coronavirus Odisha)। ଗତ ୨ ଦିନ ଲଗାତାର ଭାବେ ରାଜ୍ୟରେ ସଂକ୍ରମଣ କମୁଥିଲା। ଗତକାଲି ରାଜ୍ୟରୁ ୪୮୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ୬୫୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୧୨୮ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୩୮୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୨୬୯ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

amazon_best_products

କରୋନା ଚିହ୍ନଟଙ୍କ ମଧ୍ୟରେ ସର୍ବାଧିକ ସୁନ୍ଦରଗଡରୁ ୧୭୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ଵରରୁ ୯ଜଣ, ବରଗଡ଼ରୁ ୨୭ଜଣ, ଭଦ୍ରକରୁ ୪ଜଣ, ବଲାଙ୍ଗୀରିରୁ ୩୯ଜଣ, ବୌଦରୁ ୪ଜଣ, କଟକରୁ ୧୯ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୪ଜଣ, ଢେଙ୍କାନାଳରୁ ଜଣେ, ଗଜପତିରୁ ୭ଜଣ, ଗଞ୍ଜାମରୁ ୧୫ଜଣ, ଜଗତସିଂପୁରରୁ ୫ଜଣ, ଯାଜପୁରରୁ ୧୪ଜଣ, ଝାରସୁଗୁଡାରୁ ୬ଜଣ, କଳାହାଣ୍ଡିରୁ ୩୦ଜଣ, କନ୍ଧମାଳରୁ ୧୫ଜଣ, କେନ୍ଦ୍ରାପଡାରୁ ୭ଜଣ, କେଉଁଝରରୁ ୨ଜଣ, ଖୋର୍ଦ୍ଧାରୁ ୯୬ଜଣ, କୋରାପୁଟରୁ ୧୩ଜଣ, ମୟୁରଭଞ୍ଜରୁ ୩୩ଜଣ, ନବରଙ୍ଗପୁରରୁ ୧୪ଜଣ, ନୟାଗଡରୁ ୧୭ଜଣ, ନୂଆପଡ଼ାରୁ ୮ଜଣ, ପୁରୀରୁ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ାରୁ ୪ଜଣ, ସମ୍ବଲପୁରରୁ ୪୬ଜଣ ଏବଂ ସୋନପୁରରୁ ୧୪ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୨୧ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୮ ଲକ୍ଷ ୩୭ ହଜାର ୭୬୬ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୨୦ହଜାର ୬୬୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୯୮୮ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୬ହଜାର ୨୪୯ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୫୨୧୩ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

advertisement_mahimalive

ସଚେତନତା ହିଁ କୋଭିଡରୁ ଆପଣଙ୍କୁ ସୁରକ୍ଷିତ କରିବ। ନିୟମିତ ମାସ୍କ ପିନ୍ଧିବା ସହ ସମସ୍ତ କୋଭିଡ ନିୟମ ପାଳନ ଦିଗରେ ସଚେତନ ହୁଅନ୍ତୁ ଏବଂ ଏହାକୁ କଡ଼ାକଡ଼ି ପାଳନ କରନ୍ତୁ। ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

mahimalive news

[amazon_auto_links id=”9932″]

Read Also | New CM Bihar: ପ୍ରଧାନମନ୍ତ୍ରୀ ହେବା ଆଶାରେ ନିତୀଶ ଭାଙ୍ଗିଲେ BJP ସହ ମେଣ୍ଟ! ଆଜି ହେବ ଶପଥ ଗ୍ରହଣ

Share this:

Leave a Reply

Your email address will not be published. Required fields are marked *