Covid Cases in Odisha 2022: ଆଜି ପୁଣି ରାଜ୍ୟରୁ ୨୯୬ କୋଭିଡ ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: Covid cases in Odisha State Dashboard in last 24 hours district Wise ଆଜି ରାଜ୍ୟରେ ପୁଣି ବଢିଛି କରୋନା ସଂକ୍ରମ। ଗତକାଲି ରାଜ୍ୟରୁ ୨୦୬ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ୨୯୬ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୪୪ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୭୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୨୨ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଅନୁଗୁଳରୁ ଜଣେ, ବାଲେଶ୍ଵରରୁ ୪ଜଣ, ବରଗଡ଼ରୁ ୮ଜଣ, ଭଦ୍ରକରୁ ଜଣେ, ବଲାଙ୍ଗୀରରୁ ୨୧ଜଣ, ବୌଦରୁ ୨ଜଣ, କଟକରୁ ୨୦ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୨ଜଣ, ଢେଙ୍କାନାଳଋ ୨ଜଣ, ଗଜପତିରୁ ୬ଜଣ, ଜଗତସିଂପୁରରୁ ୩ଜଣ, ଯାଜପୁରରୁ ୬ଜଣ, ଝାରସୁଗୁଡାରୁ ୬ଜଣ, କଳାହାଣ୍ଡିରୁ ୨୩ଜଣ, କନ୍ଧମାଳରୁ ୪ଜଣ, କେନ୍ଦ୍ରାପଡାରୁ ୫ଜଣ, ଖୋର୍ଦ୍ଧାରୁ ୬୩ଜଣ, କୋରାପୁଟରୁ ୨ଜଣ, ମୟୂରଭଞ୍ଜରୁ ୧୭ଜଣ, ନବରଙ୍ଗପୁରରୁ ୭ଜଣ, ନୟାଗଡରୁ ୭ଜଣ, ନୂଆପଡ଼ାରୁ ୬ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୩ଜଣ, ରାୟଗଡାରୁ ୩ଜଣ, ସମ୍ବଲପୁରରୁ ୧୩ଜଣ, ସୁନ୍ଦରଗଡରୁ ୪୪ଜଣ ଏବଂ ସୋନପୁରରୁ ୨ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୧୫ଜଣ ଚିହ୍ନଟ ହୋଇଛନ୍ତି।

mahimalive news

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୩୦ ଲକ୍ଷ ୬୭ ହଜାର ୨୯୬ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୨୫ ହଜାର ୭୬୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୩୪୪ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୧୪ ହଜାର ୩୪୯ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୧୯୭ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

ସଚେତନତା ହିଁ କୋଭିଡରୁ ଆପଣଙ୍କୁ ସୁରକ୍ଷିତ କରିବ। ନିୟମିତ ମାସ୍କ ପିନ୍ଧିବା ସହ ସମସ୍ତ କୋଭିଡ ନିୟମ ପାଳନ ଦିଗରେ ସଚେତନ ହୁଅନ୍ତୁ ଏବଂ ଏହାକୁ କଡ଼ାକଡ଼ି ପାଳନ କରନ୍ତୁ। ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

Read Also | Inter Caste Marriage: ଆନ୍ତଃଜାତି ବିବାହକୁ ବ୍ୟାପକ ଆକାରରେ ପ୍ରୋତ୍ସାହନ ଦିଆଯିବା ଆବଶ୍ୟକ: କେନ୍ଦ୍ରମନ୍ତ୍ରୀ

[amazon_auto_links id=”9939″]

Share this:

Leave a Reply

Your email address will not be published. Required fields are marked *