Covid Cases in Odisha 2022:ରାଜ୍ୟରେ ପୁଣି ବଢିଲା କୋଭିଡ ସଂକ୍ରମଣ, ଆଜି ୩୫୫ ଚିହ୍ନଟ

Odisha-Coronavirus
Share this:

ଭୁବନେଶ୍ଵର: Covid cases in Odisha State Dashboard in last 24 hours district Wise ରାଜ୍ୟରେ ପୁଣି ଧୀରେ ଧୀରେ ବଢୁଛି କରୋନା ସଂକ୍ରମଣ। ଗତକାଲି ରାଜ୍ୟରୁ ୨୯୬ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ୩୫୫ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୮୦ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୨୦୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୪୭ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସଚେତନତା ହିଁ କୋଭିଡରୁ ଆପଣଙ୍କୁ ସୁରକ୍ଷିତ କରିବ। ନିୟମିତ ମାସ୍କ ପିନ୍ଧିବା ସହ ସମସ୍ତ କୋଭିଡ ନିୟମ ପାଳନ ଦିଗରେ ସଚେତନ ହୁଅନ୍ତୁ ଏବଂ ଏହାକୁ କଡ଼ାକଡ଼ି ପାଳନ କରନ୍ତୁ। ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

mahimalive news

ଆଜି ଅନୁଗୁଳରୁ ଜଣେ, ବାଲେଶ୍ଵରରୁ ୭ଜଣ, ବରଗଡ଼ରୁ ୧୨ଜଣ, ଭଦ୍ରକରୁ ୨ଜଣ, ବଲାଙ୍ଗୀରରୁ ୨୫ଜଣ, ବୌଦରୁ ୨୮ଜଣ, କଟକରୁ ୨୨ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୩ଜଣ, ଢେଙ୍କାନାଳରୁ ଜଣେ, ଗଜପତିରୁ ୬ଜଣ, ଗଞ୍ଜାମରୁ ଜଣେ, ଯାଜପୁରରୁ ୧୦ଜଣ, ଝାରସୁଗୁଡାରୁ ୪ଜଣ, କଳାହାଣ୍ଡିରୁ ୧୪ଜଣ, କନ୍ଧମାଳରୁ ୨ଜଣ, କେନ୍ଦ୍ରାପଡାରୁ ଜଣେ, କେଉଁଝରରୁ ୪ଜଣ, ଖୋର୍ଦ୍ଧାରୁ ୬୨ଜଣ, କୋରାପୁଟରୁ ୨ଜଣ, ମାଲକାନଗିରିରୁ ୨ଜଣ, ମୟୂରଭଞ୍ଜରୁ ୮ଜଣ, ନବରଙ୍ଗପୁରରୁ ୧୨ଜଣ, ନୟାଗଡରୁ ୪ଜଣ, ନୂଆପଡ଼ାରୁ ୧୧ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୪ଜଣ, ରାୟଗଡାରୁ ୪ଜଣ, ସମ୍ବଲପୁରରୁ ୬ଜଣ, ସୁନ୍ଦରଗଡରୁ ୭୮ଜଣ ଏବଂ ସୋନପୁରରୁ ୫ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୧୪ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୩୦ ଲକ୍ଷ ୮୩ ହଜାର ୯୧୫ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୨୬ ହଜାର ୧୨୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୪୦୩ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୧୪ ହଜାର ୭୫୨ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୧୪୮ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Read Also | Odisha Weather Report: ଆସନ୍ତା ୨୬ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା,୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Share this:

Leave a Reply

Your email address will not be published.