Covid Cases in Odisha: ରାଜ୍ୟରୁ ଆଜି ୨୬୯ ଜଣ କରୋନା ସଂକ୍ରମିତ ଚିହ୍ନଟ

Share this:

ଭୁବନେଶ୍ଵର: Covid-19 Cases in Odisha State Dashboard in last 24 hours district wise ଗତକାଲି ଓଡ଼ିଶାରୁ ୩୨୮ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ୨୬୯ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୪୮ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୫୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୧୨ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସଚେତନତା ହିଁ କୋଭିଡରୁ ଆପଣଙ୍କୁ ସୁରକ୍ଷିତ କରିବ। ନିୟମିତ ମାସ୍କ ପିନ୍ଧିବା ସହ ସମସ୍ତ କୋଭିଡ ନିୟମ ପାଳନ ଦିଗରେ ସଚେତନ ହୁଅନ୍ତୁ ଏବଂ ଏହାକୁ କଡ଼ାକଡ଼ି ପାଳନ କରନ୍ତୁ। ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

mahimalive news

ଆଜି ବାଲେଶ୍ଵରରୁ ୭ଜଣ, ବରଗଡ଼ରୁ ୫ଜଣ, ବଲାଙ୍ଗୀରରୁ ୬ଜଣ, ବୌଦରୁ ୨ଜଣ, କଟକରୁ ୨୧ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୫ଜଣ, ଗଜପତିରୁ ୩ଜଣ, ଗଞ୍ଜାମରୁ ୫ଜଣ, ଜଗତସିଂପୁରରୁ ୫ଜଣ, ଯାଜପୁରରୁ ୧୦ଜଣ, ଝାରସୁଗୁଡ଼ାରୁ ୩ଜଣ, କଳାହାଣ୍ଡିରୁ ଜଣେ, କେନ୍ଦ୍ରାପଡାରୁ ଜଣେ, କେଉଁଝରରୁ ୭ଜଣ, ଖୋର୍ଦ୍ଧାରୁ ୬୭ଜଣ, କୋରାପୁଟରୁ ଜଣେ, ମୟୂରଭଞ୍ଜରୁ ୯ଜଣ, ନବରଙ୍ଗପୁରରୁ ୧୬ଜଣ, ନୟାଗଡରୁ ୧୨ଜଣ, ନୂଆପଡ଼ାରୁ ୧୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୩ଜଣ, ସମ୍ବଲପୁରରୁ ୧୪ଜଣ, ସୋନପୁରରୁ ୨ଜଣ, ସୁନ୍ଦରଗଡରୁ ୪୦ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୧୫ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୨ ଲକ୍ଷ ୮୮ ହଜାର ୨୯ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୨୯ ହଜାର ୪୭୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୯୯ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୧୮ ହଜାର ୫୫୦ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୬୮୫ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9939″]

Share this:

Leave a Reply

Your email address will not be published. Required fields are marked *