Covid Cases Odisha: ଆଜି ଓଡ଼ିଶାରେ ୭୬୧ କରୋନା ପଜିଟିଭ ଚିହ୍ନଟ, ୧୮ ବର୍ଷ ମଧ୍ୟରେ ୧୦୧

coronavirus-3
Share this:

ଭୁବନେଶ୍ଵର: ଓଡ଼ିଶା (Odisha) ରେ କମୁଛି କରୋନା (Coronavirus) ସଂକ୍ରମଣ। ଗତ ୨୪ ଘଣ୍ଟାରେ ୭୬୧ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୪୪୩ଜଣ  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୩୧୮ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ୧୮ ବର୍ଷ ମଧ୍ୟରେ ଅଛନ୍ତି ୧୦୧ଜଣ।ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସର୍ବାଧିକ ୨୮୯ଜଣ କରୋନା ସଂକ୍ରମିତ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି। ସେହିପରି, ଅନୁଗୁଳରୁ ୧୬ଜଣ, ବାଲେଶ୍ଵରରୁ ୫୨ଜଣ, ବରଗଡ଼ରୁ ୧୮ଜଣ, ଭଦ୍ରକରୁ ୮ଜଣ, ବଲାଙ୍ଗୀରିରୁ ୨ଜଣ, କଟକରୁ ୧୧୭ଜଣ, ଦେଓଗଡ଼ରୁ ୧୨ଜଣ, ଢେଙ୍କାନାଳରୁ ୧୨ଜଣ, ଗଜପତିରୁ ୨ଜଣ, ଗଞ୍ଜାମରୁ ୩ଜଣ, ଜଗତସିଂପୁରରୁ ୧୮ଜଣ, ଯାଜପୁରରୁ ୩୫ଜଣ, ଝରସୁଗୁଡ଼ାରୁ ଜଣେ, କନ୍ଧମାଳରୁ ୩ଜଣ, କେନ୍ଦ୍ରାପଡ଼ାରୁ ୧୫ଜଣ, କେଉଁଝରରୁ ୫ଜଣ, ମାଲକାନଗିରିରୁ ୨ଜଣ, ମୟୁରଭଞ୍ଜରୁ ୨୪ଜଣ, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୧୨ଜଣ, ପୁରୀରୁ ୧୩ଜଣ, ରାୟଗଡାରୁ ୫ଜଣ, ସମ୍ବଲପୁରରୁ ୨୦ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡରୁ ୧୦ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ୬୪ଜଣ ସଂକ୍ରମିତ ହୋଇଛନ୍ତି

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୭୫ ଲକ୍ଷ ୪୪ ହଜାର ୪୯୭ଟି  ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୦ ଲକ୍ଷ ୧ ହଜାର ୬୯୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୦୭୮ଜଣ ସୁସ୍ଥ ହେବା ସହିତ ମୋଟ ୯ ଲକ୍ଷ ୮୫ ହଜାର ୩୦୨ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮ ହଜାର ୯୧୭ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this: