Covid Cases in Odisha 2022: ଖୋର୍ଦ୍ଧାରେ ପୁଣି ବଢିଲା କରୋନା ସଂକ୍ରମଣ, ଆଜି ରାଜ୍ୟରୁ୨୨୬ ସଂକ୍ରମିତ ଚିହ୍ନଟ
ଭୁବନେଶ୍ଵର: Covid cases in Odisha State Dashboard in last 24 hours district wise ଓଡ଼ିଶାରେ ଦିନେ କମିଲେ ଦିନେ ବଢୁଛି କରୋନା ସଂକ୍ରମଣ (Coronavirus)। ଗତକାଲି ରାଜ୍ୟରୁ ୧୮୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ୨୨୬ଜଣ ଚିହ୍ନଟ ହୋଇଛନ୍ତି। ଯାହାକି କାଲି ତୁଳନାରେ ଆଜି ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୧୯ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟର (Quarantine) ରୁ ୧୩୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୯୪ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସଚେତନତା ହିଁ କୋଭିଡରୁ ଆପଣଙ୍କୁ ସୁରକ୍ଷିତ କରିବ। ନିୟମିତ ମାସ୍କ ପିନ୍ଧିବା ସହ ସମସ୍ତ କୋଭିଡ ନିୟମ ପାଳନ ଦିଗରେ ସଚେତନ ହୁଅନ୍ତୁ ଏବଂ ଏହାକୁ କଡ଼ାକଡ଼ି ପାଳନ କରନ୍ତୁ। ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।
Read Also | Kalia Yajona eKyc: ମିଳିଲା କାଳିଆ କିସ୍ତି; ଟଙ୍କା ପାଇନଥିଲେ, କରନ୍ତୁ ekyc
ଆଜି ବାଲେଶ୍ଵରରୁ ଜଣେ, ବରଗଡ଼ରୁ ୪ଜଣ, ଭଦ୍ରକରୁ ୨ଜଣ, ବଲାଙ୍ଗୀରରୁ ୫ଜଣ, ବୌଦରୁ ୨ଜଣ, କଟକରୁ ୧୪ଜଣ ଚିହ୍ନଟ ହୋଇଥିବାବେଳେ ଜଗତସିଂପୁରରୁ ୫ଜଣ, ଯାଜପୁରରୁ ୫ଜଣ, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ୭ଜଣ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡାରୁ ଜଣେ, ଖୋର୍ଦ୍ଧାରୁ ୧୦୪ଜଣ, କୋରାପୁଟରୁ ୪ଜଣ, ମୟୂରଭଞ୍ଜରୁ ୨ଜଣ, ନବରଙ୍ଗପୁରରୁ ଜଣେ, ନୟାଗଡରୁ ୩ଜଣ, ନୂଆପଡ଼ାରୁ ୪ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୭ଜଣ, ରାୟଗଡାରୁ ୨ଜଣ, ସମ୍ବଲପୁରରୁ ୭ଜଣ, ସୋନପୁରରୁ ୨ଜଣ, ସୁନ୍ଦରଗଡରୁ ୧୯ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୨୩ଜଣ ଚିହ୍ନଟ ହୋଇଛନ୍ତି।
ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୨ ଲକ୍ଷ ୬ ହଜାର ୭୭୭ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୨୮ ହଜାର ୭୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨୨୮ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୧୭ ହଜାର ୪୨ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୭୯୭ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।
[amazon_auto_links id=”9932″]