Covid Cases Odisha:ରାଜ୍ୟରେ ପୁଣି ବଢିଲା କରୋନା ସଂକ୍ରମଣ, ଆଜି ଏକାଥରକେ ୭୧ ଚିହ୍ନଟ

Share this:

ଭୁବନେଶ୍ଵର: Covid Cases Odisha Today ଗତ କିଛିଦିନ ଲଗାତାର ଭାବେ ଓଡ଼ିଶାରେ କରୋନା ସଂକ୍ରମଣ (Coronavirus) ୨୦ ଭିତରେ ରହୁଥିଲା। କିନ୍ତୁ ଆଜି ସଂକ୍ରମଣ ବଢିଛି। ଗତକାଲି ରାଜ୍ୟରୁ ୧୪ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲାବେଳେ ଆଜି ରବିବାର ୫ଜିଲ୍ଲାରୁ ୭୧ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ୬୬ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୬୪ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ବାଲେଶ୍ଵରରୁ ୨ଜଣ, କନ୍ଧମାଳରୁ ଜଣେ, ଖୋର୍ଦ୍ଧାରୁ ୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ନୂଆପଡା ଜଣେ, ରାୟଗଡାରୁ ସର୍ବାଧିକ ୬୪ଜଣ ଏବଂ ଷ୍ଟେଟ୍ ପୁଲରୁ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୪ ଲକ୍ଷ ୨୫ ହଜାର ୩୯୧ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୨୦୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୪ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୮ ହଜାର ୮୬୩ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୬୦ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this:

Leave a Reply

Your email address will not be published. Required fields are marked *