Covid19 Odisha:ରାଜ୍ୟରେ ପୁଣି ବଢିଲା କରୋନା, ଆଜି ୧୧ ଜିଲ୍ଲାରୁ ୨୮ ଚିହ୍ନଟ

Share this:

ଭୁବନେଶ୍ଵର: Odisha Covid-19 Report ରାଜ୍ୟରେ ଆଜି ବଢିଛି କରୋନା ସଂକ୍ରମଣ (Coronavirus)। ଗତକାଲି ରାଜ୍ୟରୁ ୧୬ଜଣ କରୋନା ସଂକ୍ରମିତ (Coronavirus) ଚିହ୍ନଟ ହୋଇଥିଲାବେଳେ ଆଜି ୧୧ ଜିଲ୍ଲାରୁ ୨୮ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଅଛନ୍ତି ୩ଜଣ। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୭ଜଣ  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୧ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟଙ୍କ ମଧ୍ୟରେ ଅନୁଗୋଳରୁ ଜଣେ, ବାଲେଶ୍ଵରରୁ ଜଣେ, ବଲାଙ୍ଗୀରିରୁ ଜଣେ, କଟକରୁ ୨ଜଣ, ଗଞ୍ଜାମ ଏବଂ ଜଗତସିଂପୁରରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବାବେଳେ କେନ୍ଦ୍ରାପଡାରୁ ୨ଜଣ ଖୋର୍ଦ୍ଧାରୁ ୭ଜଣ, ମୟୁରଭଞ୍ଜରୁ ୩ଜଣ, ସମ୍ବଲପୁରରୁ ୪ଜଣ ଏବଂ ସୁନ୍ଦରଗଡରୁ ୨ଜଣ ଏବଂ ଷ୍ଟେଟ୍ ପୁଲ ରୁ ୨ଜଣ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩କୋଟି ୮ଲକ୍ଷ ୪୨ ହଜାର ୨୬୩ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୭ ହଜାର ୮୦୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୫୨ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୮ ହଜାର ୪୧୯ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୦୮ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this: