Covid Cases Odisha: ଆଜି ଓଡିଶାରୁ ଆଉ ୧୧ ଜଣ କରୋନା ପଜିଟିଭ ଚିହ୍ନଟ

coronavirus-india-first
Share this:

ଭୁବନେଶ୍ଵର: Covid Cases Odisha ଗତକାଲି ଓଡ଼ିଶାରୁ ୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲାବେଳେ ଆଜି ଶୁକ୍ରବାର ୫ଜିଲ୍ଲାରୁ ୧୧ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ୨ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୫ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟଙ୍କ ମଧ୍ୟରେ ବଲାଙ୍ଗୀର, କଟକରୁ, କେନ୍ଦ୍ରାପଡା ଏବଂ ଖୋର୍ଦ୍ଧାରୁ ୨ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ସମ୍ବଲପୁର ୩ଜଣ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩କୋଟି ୧୧ ଲକ୍ଷ ୪୧ ହଜାର ୯୨୯ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୭ ହଜାର ୯୭୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୪ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୮ ହଜାର ୭୦୧ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦୧ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this:

Leave a Reply

Your email address will not be published.