Covid Cases Odisha: ଆଜି ଓଡିଶାରୁ ୧୨ କରୋନା ପଜିଟିଭ ଚିହ୍ନଟ

third wave corona virus
Share this:

ଭୁବନେଶ୍ଵର: Covid Cases Odisha Today ଗତକାଲି ରାଜ୍ୟରୁ ୮ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲାବେଳେ ଆଜି ମଙ୍ଗଳବାର ୬ଜିଲ୍ଲାରୁ ୧୨ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୫ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ବାଲେଶ୍ଵରରୁ ୨ଜଣ, କଟକରୁ ଜଣେ, କନ୍ଧମାଳରୁ ଜଣେ, କେନ୍ଦ୍ରାପଦାରୁ ଜଣେ, ଖୋର୍ଦ୍ଧାରୁ ୪ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ନୂଆପଡା ୨ଜଣ, ଏବଂ ଷ୍ଟେଟ୍ ପୁଲରୁ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୪ ଲକ୍ଷ ୫୪ ହଜାର ୨୧୫ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୨୨୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୭ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୮ ହଜାର ୮୭୭ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୬୬ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this:

Leave a Reply

Your email address will not be published.