Covid Cases Odisha: ଆଜି ରାଜ୍ୟରୁ ୧୪ କୋଭିଡ ସଂକ୍ରମିତ ଚିହ୍ନଟ

Share this:

ଭୁବନେଶ୍ଵର: Covid Cases Odisha ଗତକାଲି ରାଜ୍ୟରୁ ୧୮ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲାବେଳେ ଆଜି ଶୁକ୍ରବାର ୯ଜିଲ୍ଲାରୁ ୧୪ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ୨ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୬ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ବରଗଡ଼ରୁ ଜଣେ, ବଲାଙ୍ଗୀରିରୁ ୨ଜଣ, ଦେଓଗଡରୁ ଜଣେ, ଗଜପତିରୁ ୩ଜଣ, ଯାଜପୁରରୁ ଜଣେ, କନ୍ଧମାଳରୁ ୨ଜଣ, ଖୋର୍ଦ୍ଧାରୁ ୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ନୂଆପଡା ଏବଂ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୩ ଲକ୍ଷ ୯୫ ହଜାର ୪୨୮ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୧୧୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୪ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୮ ହଜାର ୮୩୯ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୯୯ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this:

Leave a Reply

Your email address will not be published. Required fields are marked *