Covid Cases Odisha: ୧୮ ଜିଲ୍ଲାକୁ ବ୍ୟାପିଲା କରୋନା, ଆଜି ୪୬ ଚିହ୍ନଟ

odisha covid_
Share this:

ଭୁବନେଶ୍ଵର: Covid Cases odisha Latest Updates ଓଡ଼ିଶାରେ ୧୮ ଜିଲ୍ଲାକୁ ଛୁଇଛି ଦୈନିକ କରୋନା ସଂକ୍ରମଣ। ଗତକାଲି ଓଡ଼ିଶାରୁ ୫୧ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ସୋମବାର ୪୬ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ମଧ୍ୟରେ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୨୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୯ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହିତ କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

ଆଜି ମଧ୍ୟ ସର୍ବାଧିକ ଖୋର୍ଦ୍ଧାରୁ ୩୦ଜଣ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲ୍ଲାରେ ୧୪୪ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ଵରରୁ ୪ଜଣ, ଝାରସୁଗୁଡାରୁ ଜଣେ, ନୂଆପଡ଼ାରୁ ଜଣେ, ରାୟଗଡାରୁ ଜଣେ, ସୁନ୍ଦରଗଡରୁ ଜଣେ ଏବଂ ଷ୍ଟେଟ୍ ପୁଲରୁ ୭ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୯ ଲକ୍ଷ ୫୮ହଜାର ୪୧୮ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୮୯୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୮ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୯ ହଜାର ୪୫୧ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୬୭ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this:

Leave a Reply

Your email address will not be published.