Covid Cases Odisha: ଆଜି ଓଡିଶାରୁ ଆଉ ୯ କରୋନା ପଜିଟିଭ ଚିହ୍ନଟ

covid_odisha
Share this:

ଭୁବନେଶ୍ଵର: Covid Cases Odisha ଗତକାଲି ରାଜ୍ୟରୁ ମାତ୍ର ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲାବେଳେ ଆଜି ରବିବାର ୪ ଜିଲ୍ଲାରୁ ୯ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୩ ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ବାଲେଶ୍ଵରରୁ ଜଣେ, କଟକରୁ ୨ଜଣ, ଖୋର୍ଦ୍ଧାରୁ ୪ଜଣ, ସୁନ୍ଦରଗଡରୁ ଜଣେ ଏବଂ ଷ୍ଟେଟ୍ ପୁଲରୁ ଜଣେ ବ୍ୟକ୍ତି ସଂକ୍ରମିତ ଥିବା ଚିହ୍ନଟ ହୋଇଛନ୍ତି। ଏଥିସହିତ ୧୧ଜଣ ସୁସ୍ଥ ହୋଇଥିବା ବେଳେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୮୩କୁ ଖସିଛି। ଅଧିକାଂଶ ଜିଲ୍ଲା ଏବେ କରୋନା ସଂକ୍ରମଣରୁ ମୁକ୍ତ ରହିଛି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩କୋଟି ୧୧ ଲକ୍ଷ ୮୦ହଜାର ୩୦୮ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୭ ହଜାର ୯୮୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୧ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୮ ହଜାର ୭29ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮୩ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this:

Leave a Reply

Your email address will not be published.