Covid Cases Odisha: ଆଜି ଓଡିଶାରୁ ପୁଣି ୯ କୋଭିଡ ପଜିଟିଭ ଚିହ୍ନଟ

odisha-covid19
Share this:

ଭୁବନେଶ୍ଵର: Covid Cases Odisha ଗତକାଲି ରାଜ୍ୟରୁ ୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲାବେଳେ ଆଜି ମଙ୍ଗଳବାର ପୁଣି ୪ଜିଲ୍ଲାରୁ ୯ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ୩ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୩ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି କଟକ ଏବଂ ଖୋର୍ଦ୍ଧାରୁ ୨ଜଣ ଲେଖାଏଁ ଚିହ୍ନଟ ହୋଇଥିବାବେଳେ ସମ୍ବଲପୁରରୁ ଜଣେ ଏବଂ ସୁନ୍ଦରଗଡରୁ ୪ଜଣ ବ୍ୟକ୍ତି ସଂକ୍ରମିତ ଥିବା ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩କୋଟି ୧୨ ଲକ୍ଷ ୧୮ ହଜାର ୬୬ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୩ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୮ ହଜାର ୭୫୦ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮୦ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this:

Leave a Reply

Your email address will not be published.