Covid Cases Odisha: ରାଜ୍ୟରେ ପୁଣି ବଢିଲା କରୋନା, ଆଜି ୯୯୩ ପଜିଟିଭ ଚିହ୍ନଟ, ୧୮ ବର୍ଷ ମଧ୍ୟରେ ୧୩୮ଜଣ

covid19update-min
Share this:

ଭୁବନେଶ୍ଵର: ଓଡ଼ିଶା (Odisha) ରେ ଆଜି ପୁଣି ବଢିଛି କରୋନା (Coronavirus) ସଂକ୍ରମଣ। ଗତ ଗତ ୨୪ ଘଣ୍ଟାରେ ୯୯୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୫୭୮ଜଣ   ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୪୧୫ଜଣ ସଂକ୍ରମିତ ହୋଇଛନ୍ତି। ୧୮ ବର୍ଷ ମଧ୍ୟରେ ଅଛନ୍ତି ୧୩୮ଜଣ। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସର୍ବାଧିକ ୪୧୯ଜଣ କରୋନା ସଂକ୍ରମିତ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି। ସେହିପରି, ଅନୁଗୁଳରୁ ୧୮ଜଣ, ବାଲେଶ୍ଵରରୁ ୩୦ଜଣ, ବରଗଡ଼ରୁ ୧୦ଜଣ, ଭଦ୍ରକରୁ ୧୨ଜଣ, ବଲାଙ୍ଗୀରିରୁ ୧୩ଜଣ, ବୌଦରୁ ଜଣେ, କଟକରୁ ୯୫ଜଣ, ଦେଓଗଡ଼ରୁ ୪ଜଣ, ଢେଙ୍କାନାଳରୁ ୩୨ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ୫ଜଣ, ଜଗତସିଂପୁରରୁ ୫୧ଜଣ, ଯାଜପୁରରୁ ୬୦ଜଣ, ଝାରସୁଗୁଡାରୁ ୨ଜଣ, କଳାହଣ୍ଡିରୁ ଜଣେ, କନ୍ଧମାଳରୁ ୭ଜଣ, କେନ୍ଦ୍ରାପଡ଼ାରୁ ୧୫ଜଣ, କେଉଁଝରରୁ ୧୦ଜଣ, କୋରାପୁଟରୁ ଜଣେ, ମାଲକାନଗିରିରୁ ଜଣେ, ମୟୁରଭଞ୍ଜରୁ ୪୨ଜଣ, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୧୬ଜଣ, ନୂଆପଡ଼ାରୁ ଜଣେ, ପୁରୀରୁ ୨୫ଜଣ, ରାୟଗଡାରୁ ୩ଜଣ, ସମ୍ବଲପୁରରୁ ୧୧ଜଣ, ସୋନପୁରରୁ ୫ଜଣ, ସୁନ୍ଦରଗଡରୁ ୮ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ୯୩ଜଣ ସଂକ୍ରମିତ ହୋଇଛନ୍ତି

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୭୨ ଲକ୍ଷ ୮ହଜାର ୨୪୮ ଟି  ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯ ଲକ୍ଷ ୯୭ ହଜାର ୧୪୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧ ହଜାର ୬୪ଜଣ ସୁସ୍ଥ ହେବା ସହିତ ମୋଟ ୯ ଲକ୍ଷ ୮୦ ହଜାର ୪୭୧ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୯ ହଜାର ୫୩୬ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Also Read | ଆଫଗାନିସ୍ତାନ ଛାଡିବାକୁ ଇଛା, ତିନିଜଣ ବ୍ୟକ୍ତି ବିମାନ ଟାୟାରରେ ଝୁଲି ଯାଉଥିବା ବେଳେ ଖସିପଡିଲେ

Share this: