Covid Cases Odisha: ରାଜ୍ୟରେ ଆଜି ୧୦୪୧ଜଣ ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: ଓଡ଼ିଶା (Odisha) ରେ ଗତ ଗତ ୨୪ ଘଣ୍ଟାରେ ୧ ହଜାର ୪୧ଜଣ କରୋନା (Coronavirus) ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୬୦୫ଜଣ   ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୪୩୬ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସର୍ବାଧିକ ୩୮୩ଜଣ କରୋନା ସଂକ୍ରମିତ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି। ସେହିପରି, ଅନୁଗୁଳରୁ ୫୭ଜଣ, ବାଲେଶ୍ଵରରୁ ୨୩ଜଣ, ବରଗଡ଼ରୁ ୩ଜଣ, ଭଦ୍ରକରୁ ୧୫ଜଣ, ବଲାଙ୍ଗୀରିରୁ ଜଣେ, ବୌଦରୁ ଜଣେ, କଟକରୁ ୧୩୨ଜଣ, ଦେଓଗଡ଼ରୁ ୭ଜଣ, ଢେଙ୍କାନାଳରୁ ୧୦ଜଣ, ଗଜପତିରୁ ୩ଜଣ, ଗଞ୍ଜାମରୁ ୧୧ଜଣ, ଜଗତସିଂପୁରରୁ ୮୧ଜଣ, ଯାଜପୁରରୁ ୩୬ଜଣ, କଳାହଣ୍ଡିରୁ ୫ଜଣ, କନ୍ଧମାଳରୁ ୫ଜଣ, କେନ୍ଦ୍ରାପଡ଼ାରୁ ୨୮ଜଣ, କେଉଁଝରରୁ ୧୭ଜଣ, କୋରାପୁଟରୁ ୫ଜଣ, ମାଲକାନଗିରିରୁ ୩ଜଣ, ମୟୁରଭଞ୍ଜରୁ ୨୮ଜଣ, ନବରଙ୍ଗପୁରରୁ ୨ଜଣ, ନୟାଗଡ଼ରୁ ୨୮ଜଣ, ନୂଆପଡ଼ାରୁ ୨ଜଣ, ପୁରୀରୁ ୩୪ଜଣ, ରାୟଗଡାରୁ ୨୬ଜଣ, ସମ୍ବଲପୁରରୁ ୯ଜଣ, ସୁନ୍ଦରଗଡରୁ ୫ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ୮୧ଜଣ ସଂକ୍ରମିତ ହୋଇଛନ୍ତି

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୬୬ ଲକ୍ଷ ୮୩ ହଜାର ୭୬୪ ଟି  ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯ ଲକ୍ଷ ୮୮ ହଜାର ୯୯୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧ ହଜାର ୪୭୫ଜଣ ସୁସ୍ଥ ହେବା ସହିତ ମୋଟ ୯ ଲକ୍ଷ ୭୧ ହଜାର ୩୭୧ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦ହଜାର ୯୮୮ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this: