Covid Cases Odisha: ରାଜ୍ୟରେ ଆଜି ୧୩୪୨ଜଣ ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: ଓଡ଼ିଶା (Odisha) ରେ ଗତ ଗତ ୨୪ ଘଣ୍ଟାରେ ୧ ହଜାର ୩୪୨ଜଣ କରୋନା (Coronavirus) ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୭୭୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୫୬୭ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସର୍ବାଧିକ ୪୭୭ଜଣ କରୋନା ସଂକ୍ରମିତ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି। ସେହିପରି, ଅନୁଗୁଳରୁ ୩୦ଜଣ, ବାଲେଶ୍ଵରରୁ ୫୯ଜଣ, ବରଗଡ଼ରୁ ୮ଜଣ, ଭଦ୍ରକରୁ ୪୦ଜଣ, ବଲାଙ୍ଗୀରିରୁ ୩ଜଣ, କଟକରୁ ୧୬୪ଜଣ, ଦେଓଗଡ଼ରୁ ୩ଜଣ, ଢେଙ୍କାନାଳରୁ ୧୯ଜଣ, ଗଜପତିରୁ ୪ଜଣ, ଗଞ୍ଜାମରୁ ୯ଜଣ, ଜଗତସିଂପୁରରୁ ୭୮ଜଣ, ଯାଜପୁରରୁ ୬୬ଜଣ, ଝାରସୁଗୁଡାରୁ ୩ଜଣ, କଳାହଣ୍ଡିରୁ ୩ଜଣ, କନ୍ଧମାଳରୁ ୫ଜଣ, କେନ୍ଦ୍ରାପଡ଼ାରୁ ୪୩ଜଣ, କେଉଁଝରରୁ ୨୩ଜଣ, କୋରାପୁଟରୁ ୧୧ଜଣ, ମାଲକାନଗିରିରୁ ୭ଜଣ, ମୟୁରଭଞ୍ଜରୁ ୪୧ଜଣ, ନବରଙ୍ଗପୁରରୁ ୨ଜଣ, ନୟାଗଡ଼ରୁ ୨୮ଜଣ, ନୂଆପଡ଼ାରୁ ୩ଜଣ, ପୁରୀରୁ ୫୫ଜଣ, ରାୟଗଡାରୁ ୧୮ଜଣ, ସମ୍ବଲପୁରରୁ ୧୮ଜଣ, ସୋନପୁରରୁ ୪ଜଣ, ସୁନ୍ଦରଗଡରୁ ୧୩ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ୧୦୫ଜଣ ସଂକ୍ରମିତ ହୋଇଛନ୍ତି

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୬୩ ଲକ୍ଷ ୫୫ ହଜାର ୨୭୬ ଟି  ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯ ଲକ୍ଷ ୮୩ ହଜାର ୫୨୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧ ହଜାର ୬୩୦ଜଣ ସୁସ୍ଥ ହେବା ସହିତ ମୋଟ ୯ ଲକ୍ଷ ୬୩ ହଜାର ୭୧୮ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୩ ହଜାର ୫୧୬ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this: