Covid News Odisha: ଓଡିଶାରୁ ଆଜି ୫୦ରୁ ଅଧିକ ଚିହ୍ନଟ

Share this:

ଭୁବନେଶ୍ଵର: Covid News Odisha ଗତକାଲି ଓଡ଼ିଶାରୁ ୫୭ ଜଣ କରୋନା ସଂକ୍ରମିତ (Covid news Odisha) ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ପୁଣି ୫୦ ରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି କରୋନା ସଂକ୍ରମିତଙ୍କ ସଂଖ୍ୟା ୫୭ ରହିଛି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୮ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୩୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୨୫ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

mahimalive news

ଆଜି ଚିହ୍ନଟଙ୍କ ମଧ୍ୟରେ ବାଲେଶ୍ଵରରୁ ୪ଜଣ, କଟକରୁ ୪ ଜଣ, ଦେଓଗଡ଼ରୁ ୪ଜଣ, ଗଜପତିରୁ ୨ଜଣ, ଜଗତସିଂପୁରରୁ ଜଣେ, ଯାଜପୁରରୁ ଜଣେ, କଳାହାଣ୍ଡିରୁ ଜଣେ, ଖୋର୍ଦ୍ଧାରୁ ୮ଜଣ, କୋରାପୁଟରୁ ଜଣେ, ନୟାଗଡରୁ ୪ଜଣ, ନୂଆପଡ଼ାରୁ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ଜଣେ, ସମ୍ବଲପୁରରୁ ୨ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡରୁ ୧୯ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୨ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୭ ଲକ୍ଷ ୬୯ହଜାର ୯୦୦ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୩୫ ହଜାର ୮୦୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୭୪ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୨୬ହଜାର ୧୦୫ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪୪୮ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Read Also


Share this:

Leave a Reply

Your email address will not be published. Required fields are marked *