Corona Cases: ୮ଜଣ କରୋନା ସଂକ୍ରମିତ ଆଜି ଚିହ୍ନଟ, କମିଲେ ଚିକିତ୍ସିତଙ୍କ ସଂଖ୍ୟା

covid-update
Share this:

ଭୁବନେଶ୍ଵର: Corona Cases Latest Updates Odisha ଗତକାଲି ଓଡିଶାରୁ ୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ମଙ୍ଗଳବାର ୮ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ରାଜ୍ୟରେ ସଂକ୍ରମଣ କମିଛି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୩ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ମଧ୍ୟ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ ଚିହ୍ନଟ ହୋଇଥିବାବେଳେ ବାଲେଶ୍ଵରରୁ ଜଣେ, କେନ୍ଦ୍ରାପଡ଼ାରୁ ଜଣେ ଏବଂ ନୂଆପଡାରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲରୁ ଜଣେ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୬ ଲକ୍ଷ ୫୧ ହଜାର ୬୯୬ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୩୮୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୩ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୯ ହଜାର ୧୧୮ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୯୦ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Read Also | Hingula Pitha: ଆସନ୍ତା ରଜସଂକ୍ରାନ୍ତିରେ ହିଙ୍ଗୁଳା ପୀଠରେ ଅନୁଷ୍ଠିତ ହେବ ପୁରାଣ ପ୍ରଶ୍ନୋତ୍ତର ପ୍ରତିଯୋଗିତା

Share this:

Leave a Reply

Your email address will not be published. Required fields are marked *