Covid Odisha : ଓଡିଶାରୁ ଆଜି ୭୯ କୋଭିଡ ପଜିଟିଭ ଚିହ୍ନଟ
ଭୁବନେଶ୍ଵର: Covid Odisha Updates Today ଆଜି ଓଡ଼ିଶାରେ (Covid Odisha) କାଲି ଅପେକ୍ଷା କମ୍ ରହିଛି। ଗତକାଲି ୮୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ଆଉ ୭୯ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟର (Quarantine) ରୁ ୪୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୩୩ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟଙ୍କ ମଧ୍ୟରେ ଅନୁଗୁଳରୁ ଜଣେ, ବାଲେଶ୍ଵରରୁ ୧୦ଜଣ, ବରଗଡ଼ରୁ ୨ଜଣ, କଟକରୁ ୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଗଞ୍ଜାମରୁ ଜଣେ, ଜଗତସିଂପୁରରୁ ୩ଜଣ, ଯାଜପୁରରୁ ୨ଜଣ, କେଉଁଝରରୁ ଜଣେ, ଖୋର୍ଦ୍ଧାରୁ ୧୩ଜଣ, କୋରାପୁଟରୁ ଜଣେ, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୨ଜଣ, ନବରଙ୍ଗପୁରୁ ଜଣେ, ନୂଆପଡ଼ାରୁ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ଜଣେ, ସମ୍ବଲପୁରରୁ ୧୮ଜଣ, ସୁନ୍ଦରଗଡରୁ ୧୨ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୩ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୬ ଲକ୍ଷ ୬୬ ହାଜର ୫୬୧ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୩୪ ହଜାର ୯୫୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୭୫ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୨୫ ହଜାର ୧୧୧ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୫୯୨ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।


Read Also
- Gold Price Today Odisha: ପୁଣି ଶସ୍ତା ହେଲା ସୁନା, ଜାଣନ୍ତୁ ଆଜି ଭୁବନେଶ୍ୱରରେ କେତେ ରହିଛି କ୍ୟାରେଟ୍ ଦର

- Joranda Magha Mela: ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା ପରମ୍ପରା, ପ୍ରସ୍ତୁତି ଓ ଆଧ୍ୟାତ୍ମିକ ମହତ୍ତ୍ୱ

- Subhadra Yojana Installment In 2026: ଆଜି ମିଳିଲା ପୁଣି ସୁଭଦ୍ରା କିସ୍ତି

- PUC Certificate Odisha: ପ୍ରଦୂଷଣ ପ୍ରମାଣପତ୍ର ବିନା ଇନ୍ଧନ ନିଷେଧ ନିୟମ ଫେବ୍ରୁଆରୀ ୧ରୁ ଲାଗୁ

- Gold Rate Today: ଆଜିର ସୁନା ଦର, ଦିନେ ବଢୁଛି ଦିନେ କମୁଛି

