Covid Odisha: ଓଡିଶାରୁ ଆଜି ୮୪ ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: Covid Odisha Cases Today ଗତକାଲି ଓଡିଶାରୁ ୭୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ଆଉ ୮୪ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୧୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୪୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୩୫ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟଙ୍କ ମଧ୍ୟରେ ବାଲେଶ୍ଵରରୁ ୪ଜଣ, ବରଗଡ଼ରୁ ଏବଂ ବଲାଙ୍ଗୀରିରୁ ୨ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି। କଟକରୁ ୧୦ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଗଞ୍ଜାମରୁ ଜଣେ, ଯାଜପୁରରୁ ୨ଜଣ, ଝାରସୁଗୁଡାରୁ ୨ଜଣ, କଳାହାଣ୍ଡିରୁ ୬ଜଣ,କନ୍ଧମାଳରୁ ଜଣେ, ଖୋର୍ଦ୍ଧାରୁ ୧୩ଜଣ, ମୟୂରଭଞ୍ଜରୁ ୨ଜଣ, ନୟାଗଡରୁ ୨ଜଣ, ନୂଆପଡ଼ାରୁ ୫ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୨ଜଣ, ସମ୍ବଲପୁରରୁ ୧୫ଜଣ, ସୁନ୍ଦରଗଡରୁ ୧୨ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୩ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୬ ଲକ୍ଷ ୮୯ ହାଜର ୧୪୨ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୩୫ ହଜାର ୨୩୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୬୩ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୨୫ ହଜାର ୩୮୧ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୫୯୭ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

mahimalive news

READ ALSO


Aadhaar Card: ଆଧାର କାର୍ଡ ୧୦ବର୍ଷ ପୁରୁଣା କି? ଆଜି ହିଁ କରନ୍ତୁ ଅପଡେଟ୍

Share this:

Leave a Reply

Your email address will not be published. Required fields are marked *