Breaking NewsCORONA UPDATESଓଡ଼ିଶା

Covid Odisha Cases: ବଢୁଛି କରୋନା ପଜିଟିଭଙ୍କ ସଂଖ୍ୟା, ଆଜି ୧୦୩

Share this:

ଭୁବନେଶ୍ଵର: Covid Odisha CasesToday ଓଡ଼ିଶାରେ ଆଜି ପୁଣି ବଢିଛି କରୋନା ସଂକ୍ରମଣ (Covid Odisha Cases)। ଗତକାଲି ୯୫ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ଆଉ ୧୦୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୧୦ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୬୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୪୨ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟଙ୍କ ମଧ୍ୟରେ ବାଲେଶ୍ଵରରୁ ୧୧ଜଣ, ବରଗଡ଼ରୁ ୬ଜଣ ଚିହ୍ନଟ ହୋଇଥିବାବେଳେ ଭଦ୍ରକ ଏବଂ ବଲାଙ୍ଗୀରିରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି। କଟକରୁ ୧୦ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଦେଓଗଡ଼ରୁ ଜଣେ, ଗଞ୍ଜାମରୁ ଜଣେ, ଜଗତସିଂପୁରରୁ ୨ଜଣ, ଯାଜପୁରରୁ ଜଣେ, କଳାହାଣ୍ଡିରୁ ୨ଜଣ, କନ୍ଧମାଳରୁ ୩ଜଣ, କେଉଁଝରରୁ ୨ଜଣ, ଖୋର୍ଦ୍ଧାରୁ ୨୦ଜଣ, ମୟୂରଭଞ୍ଜରୁ ୩ଜଣ, ନବରଙ୍ଗପୁରୁ ୩ଜଣ, ନୂଆପଡ଼ାରୁ ୬ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୬ଜଣ, ସମ୍ବଲପୁରରୁ ୩ଜଣ, ସୁନ୍ଦରଗଡରୁ ୧୭ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୪ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୬ ଲକ୍ଷ ୭୯ ହାଜର ୧୩୯ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୩୫ ହଜାର ୧୫୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୧୩ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୨୫ ହଜାର ୩୧୮ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୫୮୩ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

mahimalive news

Read Also

Share this:

Leave a Reply

Your email address will not be published. Required fields are marked *