Covid Odisha: ଆଜି ରାଜ୍ୟରୁ ୬୩ କରୋନା ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: Covid Odisha Cases Today ଗତକାଲି ଓଡିଶାରୁ ୮୪ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ଆଉ ୭୭ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୧୦ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୩୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୨୬ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟଙ୍କ ମଧ୍ୟରେ ବାଲେଶ୍ଵରରୁ ୨ଜଣ, ବଲାଙ୍ଗୀରିରୁ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି କଟକରୁ ୧୨ଜଣ, ଗଞ୍ଜାମରୁ ଜଣେ, ଜଗତସିଂପୁରଋ ୨ଜଣ, ଯାଜପୁରରୁ ଜଣେ, କଳାହାଣ୍ଡିରୁ ୨ଜଣ, ଖୋର୍ଦ୍ଧାରୁ ୧୧ଜଣ, କୋରାପୁଟଋ ଜଣେ, ମୟୂରଭଞ୍ଜରୁ ୩ଜଣ, ନବରଂଗପୁରରୁ ୩ଜଣ, ନୂଆପଡ଼ାରୁ ୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୪ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୨ଜଣ, ସୁନ୍ଦରଗଡରୁ ୧୨ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୨ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୭ ଲକ୍ଷ ୮ ହାଜର ୨୦୫ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୩୫ ହଜାର ୩୩୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୭୯ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୨୫ ହଜାର ୫୧୯ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୬୦୫ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

mahimalive news

READ ALSO


Aadhaar Card: ଆଧାର କାର୍ଡ ୧୦ବର୍ଷ ପୁରୁଣା କି? ଆଜି ହିଁ କରନ୍ତୁ ଅପଡେଟ୍

Share this:

Leave a Reply

Your email address will not be published. Required fields are marked *