Covid19 Odisha Updates: ଆଜି ରାଜ୍ୟରୁ ୧୪୩ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ଵର: Odisha Covid-19 News Updates ଓଡିଶାରୁ ଆଜି ୧୪୩ଜଣ କୋଭିଡ-୧୯ (Covid-19) ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଅଛନ୍ତି ୨୮ଜଣ। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟର (Quarantine) ରୁ ୮୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୫୭ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ଗଜପତି ଜିଲ୍ଲାରୁ ସର୍ବାଧିକ ୨୦ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି, ଅନୁଗୋଳ ଜିଲ୍ଲାରୁ ୮ଜଣ, ବାଲେଶ୍ଵରରୁ ୧୧ଜଣ, ବରଗଡ଼ରୁ ଜଣେ, ଭଦ୍ରକରୁ ୨ଜଣ, ବଲାଙ୍ଗୀରିରୁ ଜଣେ, ବୌଦରୁ ୩ଜଣ, କଟକରୁ ୮ଜଣ, ଗଞ୍ଜାମରୁ ୨ଜଣ, ଜଗତସିଂପୁରରୁ ଜଣେ, ଯାଜପୁରରୁ 4ଜଣ, ଝାରସୁଗୁଡାରୁ ୧୦ଜଣ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୧୩ଜଣ, ଖୋର୍ଦ୍ଧାରୁ ୮ଜଣ, କୋରପୁଟରୁ ୬ଜଣ, ମୟୁରଭଞ୍ଜରୁ ୭ଜଣ, ନବରଙ୍ଗପୁରୁ ୪ଜଣ, ନୟାଗଡ଼ରୁ ୨ଜଣ, ପୁରୀରୁ ୨ଜଣ, ରାୟଗଡାରୁ ଜଣେ, ସୋନପୁରରୁ ୬ଜଣ, ସମ୍ବଲପୁରରୁ ୧୧ଜଣ, ସୁନ୍ଦରଗଡରୁ ୯ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ୨ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୨ କୋଟି ୯୨ ଲକ୍ଷ ୫୮ ହଜାର ୭୪୧ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୫ ହଜାର ୩୪୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୩୧୪ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୪ ହଜାର ୪୮ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨ହଜାର ୧୬୩ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।
Read Also | Odisha Weather Report: ଓଡ଼ିଶାରେ ହେବ ପ୍ରବଳ ବର୍ଷା, ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ