Covid Cases Odisha: ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୨୦ ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: ଓଡ଼ିଶା (Odisha) ରେ ଦିନକୁ ଦିନ କମୁଛି କରୋନା (Coronavirus) ସଂକ୍ରମଣ। ଗତ ଗତ ୨୪ ଘଣ୍ଟାରେ ୭୨୦ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୪୨୧ଜଣ   ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୨୯୯ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସର୍ବାଧିକ ୨୭୯ଜଣ କରୋନା ସଂକ୍ରମିତ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି। ସେହିପରି, ଅନୁଗୁଳରୁ ୧୫ଜଣ, ବାଲେଶ୍ଵରରୁ ୧୯ଜଣ, ବରଗଡ଼ରୁ ୨ଜଣ, ଭଦ୍ରକରୁ ୨୨ଜଣ, ବଲାଙ୍ଗୀରିରୁ ୪ଜଣ, ବୌଦରୁ ଜଣେ, କଟକରୁ ୯୧ଜଣ, ଦେଓଗଡ଼ରୁ ୫ଜଣ, ଢେଙ୍କାନାଳରୁ ୧୫ଜଣ, ଗଜପତିରୁ ୫ଜଣ, ଜଗତସିଂପୁରରୁ ୩୩ଜଣ, ଯାଜପୁରରୁ ୨୮ଜଣ, ଝାରସୁଗୁଡାରୁ ୩ଜଣ, କଳାହଣ୍ଡିରୁ ୫ଜଣ, କନ୍ଧମାଳରୁ ୯ଜଣ, କେନ୍ଦ୍ରାପଡ଼ାରୁ ୧୨ଜଣ, କେଉଁଝରରୁ ୧୧ଜଣ, ମାଲକାନଗିରିରୁ ୪ଜଣ, ମୟୁରଭଞ୍ଜରୁ ୨୯ଜଣ, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୧୮ଜଣ, ନୂଆପଡ଼ାରୁ ୨ଜଣ, ପୁରୀରୁ ୧୬ଜଣ, ରାୟଗଡାରୁ ୮ଜଣ, ସମ୍ବଲପୁରରୁ ୬ଜଣ, ସୋନପୁରରୁ ୩ଜଣ, ସୁନ୍ଦରଗଡରୁ ୧୧ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ୬୦ଜଣ ସଂକ୍ରମିତ ହୋଇଛନ୍ତି

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୭୧ଲକ୍ଷ ୩୯ ହଜାର ୨୪୦ ଟି  ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯ ଲକ୍ଷ ୯୬ ହଜାର ୧୫୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧ ହଜାର ୧୬୭ଜଣ ସୁସ୍ଥ ହେବା ସହିତ ମୋଟ ୯ ଲକ୍ଷ ୭୯ ହଜାର ୪୦୭ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୯ ହଜାର ୬୭୨ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Also Read | ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ବୃଦ୍ଧି ପାଇଁ କଂଗ୍ରେସ ସରକାର ଦାୟୀ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

Share this: