Covid19 Angul: ଅନୁଗୋଳ ଜିଲ୍ଲାରୁ ଆଜି ପୁଣି ୧୯୮ କରୋନା ପଜିଟିଭ ଚିହ୍ନଟ

Share this:

ଅନୁଗୋଳ: ଅନୁଗୋଳ (Angul) ଜିଲ୍ଲାରୁ ଆଜି ଗୋଟିଏ ଦିନରେ ପୁଣି ୧୯୮ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୁଳରେ ସ୍ଵାବ ନମୁନା ଦେଇଥିବା ବ୍ୟକ୍ତି ମାନଙ୍କ ମଧ୍ୟରୁ ଆଜି ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନ୍ୟ ଜିଲ୍ଲା ଆକ୍ରାନ୍ତଙ୍କ ସଂଖ୍ୟା ୭୦ ରେ ପହଞ୍ଚିଛି।

ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ତାଳଚେର ବ୍ଲକ୍ ଅଞ୍ଚଳରୁ ସର୍ବାଧିକ ୪୧ ଜଣ, ଅନୁଗୁଳ ପୌରାଞ୍ଚଳରୁ ୩୫  ଜଣ, ବଅଁରପାଳ ବ୍ଳକ୍ ଅଞ୍ଚଳରୁ ୨୯ ଜଣ, ତାଳଚେର ପୌରାଞ୍ଚଳରୁ ୨୫ ଜଣ, କଣିହାଁ ବ୍ଳକ୍ ଅଞ୍ଚଳରୁ୨୪ ଜଣ, ଛେଣ୍ଡିପଦା ବ୍ଳକ୍ ଅଞ୍ଚଳରୁ ୧୫ ଜଣ, ଅନୁଗୋଳ ବ୍ଳକ୍ ଅଞ୍ଚଳରୁ ୧୪ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି କିଶୋରନଗର ବ୍ଳକ୍ ଅଞ୍ଚଳରୁ ୮ ଜଣ, ପାଳଲହଡା ବ୍ଳକ୍ ଅଞ୍ଚଳରୁ ୭ ଜଣ,  ଚିହ୍ନଟ ହୋଇଛନ୍ତି।

ଆଜି ଚିହ୍ନଟ ସମସ୍ତ ଆକ୍ରାନ୍ତ  ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଛନ୍ତି। ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ କୋଭିଡ ହସପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ୱଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ (Isolation) ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ଵାଇଁ କହିଛନ୍ତି। ଆଜି ଅନୁଗୋଳ ଜିଲ୍ଲାରୁ ୧୨୯ ଜଣ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୨ ଜଣ କୋଭିଡ ହସପିଟାଲରୁ ଓ ୧୧୭ ଜଣ ହୋମ  ଆଇସୋଲେସନ (Home Isolation) ରୁ ସୁସ୍ଥ ହୋଇଛନ୍ତି।

Also Read:

College Reopening: ନଭେମ୍ବର ୧ରୁ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ କଲେଜ ଖୋଲିବ,ହେବନାହିଁ ଶୀତ-ଗ୍ରୀଷ୍ମକାଳୀନ ଛୁଟି; UGC ନିର୍ଦ୍ଦେଶାବଳୀ ଜାରି

Share this: