Covid19 Angul:ଅନୁଗୋଳ ଜିଲ୍ଲାରୁ ଆଜି ୧୫୬ ଜଣ କରୋନା ପଜିଟିଭ ଚିହ୍ନଟ,୧୦୦ ଜଣ ସୁସ୍ଥ

Share this:

ଅନୁଗୋଳ: ଆଜି ଅନୁଗୋଳ ଜିଲ୍ଲାରୁ ପୁଣି ୧୫୬ ଜଣ ନୂଆ କରୋନା ପଜିଟିଭ (Covid-19) ଚିହ୍ନଟ ହୋଇଛନ୍ତି। ଏଥିସହିତ ୧୦୦ ଜଣ ସୁସ୍ଥମଧ୍ୟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୫ ଜଣ କୋଭିଡ ହସପିଟାଲରୁ, କୋଭିଡ଼ କେୟାର ସେଣ୍ଟରରୁ ୧୦ ଜଣ ଓ ୭୫ ଜଣ ହୋମ ଆଇସୋଲେସନରୁ ସୁସ୍ଥ ହୋଇଛନ୍ତି।

ଅନ୍ୟ ଜିଲ୍ଲାରୁ ଅନୁଗୁଳରେ ସ୍ଵାବ ନମୁନା ଦେଇଥିବା ବ୍ୟକ୍ତି ମାନଙ୍କ ମଧ୍ୟରୁ ଆଜି ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୭୭ ରେ ପହଞ୍ଚିଛି।

ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ତାଳଚେର ବ୍ଲକ୍ ଅଞ୍ଚଳରୁ ୨୯ ଜଣ, କଣିହାଁ ବ୍ଳକ୍ ଅଞ୍ଚଳରୁ ୨୭ ଜଣ, ଛେଣ୍ଡିପଦା ବ୍ଳକ୍ ଅଞ୍ଚଳରୁ ୨୫ଜଣ, ବଅଁରପାଳ ବ୍ଳକ୍ ଅଞ୍ଚଳରୁ ୨୩ ଜଣ, ଅନୁଗୋଳ ପୌରାଞ୍ଚଳରୁ ୧୯ ଜଣ, ଅନୁଗୋଳ ବ୍ଳକ୍ ଅଞ୍ଚଳରୁ ୧୩ ଜଣ, ତାଳଚେର ପୌରାଞ୍ଚଳରୁ ୧୧ ଜଣ ଅଛନ୍ତି।

ସେହିପରି ଆଠମଲ୍ଲିକ ବ୍ଲକରୁ ୫ ଜଣ,କିଶୋରନଗର ବ୍ଲକରୁ ୨ ଜଣ, ପାଲଲହଡା ବ୍ଲକ ଅଞ୍ଚଳରୁ ଜଣେ, ଓ ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ଜଣେ ଚିହ୍ନଟ ହୋଇଛନ୍ତି।

ଆଜି ଚିହ୍ନଟ ସମସ୍ତ ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି କରୋନା ସଂକ୍ରମିତ ହୋଇଛନ୍ତି। ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ କୋଭିଡ ହସପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ୱଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ଵାଇଁ ପ୍ରକାଶ କରିଛନ୍ତି।

Also Read:Brahmos Supersonic Cruise Missile:ବ୍ରହ୍ମୋସ୍‍ କ୍ଷେପଣାସ୍ତ୍ରର ସଫଳ ବ୍ୟାବହାରିକ ପରୀକ୍ଷଣ

Share this: