Covid19 Angul: ଅନୁଗୋଳ ଜିଲ୍ଲାରୁ ଆଜି ରେକର୍ଡ ସଂଖ୍ୟକ ୨୪୭ କରୋନା ପଜିଟିଭ ଚିହ୍ନଟ

Share this:

ଅନୁଗୋଳ: ଅନୁଗୋଳ (Angul) ଜିଲ୍ଲାରୁ ଆଜି ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ ୨୪୭ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୁଳରେ ସ୍ଵାବ ନମୁନା ଦେଇଥିବା ବ୍ୟକ୍ତି ମାନଙ୍କ ମଧ୍ୟରୁ ଆଜି ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନ୍ୟ ଜିଲ୍ଲା ଆକ୍ରାନ୍ତଙ୍କ ସଂଖ୍ୟା ୬୭ ରେ ପହଞ୍ଚିଛି।

ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ଅନୁଗୁଳ ପୌରାଞ୍ଚଳରୁ ସର୍ବାଧିକ ୬୬ ଜଣ, ତାଳଚେର ପୌରାଞ୍ଚଳରୁ ୩୬ ଜଣ, ଛେଣ୍ଡିପଦା ବ୍ଳକ୍ ଅଞ୍ଚଳରୁ ୩୬ ଜଣ, ବଅଁରପାଳ ବ୍ଳକ୍ ଅଞ୍ଚଳରୁ ୩୪ ଜଣ, ତାଳଚେର ବ୍ଲକ୍ ଅଞ୍ଚଳରୁ ୨୦ ଜଣ, କଣିହାଁ ବ୍ଳକ୍ ଅଞ୍ଚଳରୁ ୧୫ ଜଣ ଚିହ୍ନଟ ହୋଇଛନ୍ତି।

Also Read: Covid19 Free Area: ଓଡ଼ିଶାରେ ଏମିତି ଏକ ସ୍ଥାନ ଅଛି ଯେଉଁଠି କରୋନା ଭୂତାଣୁ ପହଁଚିପାରିନି

ସେହିପରି ପାଳଲହଡା ବ୍ଳକ୍ ଅଞ୍ଚଳରୁ ୧୩ ଜଣ, କିଶୋରନଗର ବ୍ଳକ୍ ଅଞ୍ଚଳରୁ ୧୩ ଜଣ, ଆଠମଲ୍ଲିକ ବ୍ଳକ୍ ଅଞ୍ଚଳରୁ ୭ ଜଣ ଓ ଅନୁଗୋଳ ବ୍ଳକ୍ ଅଞ୍ଚଳରୁ ୭ ଜଣ ଚିହ୍ନଟ ହୋଇଛନ୍ତି।

ଆଜି ଚିହ୍ନଟ ସମସ୍ତ ଆକ୍ରାନ୍ତ  ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଛନ୍ତି। ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ କୋଭିଡ ହସପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ୱଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ (Isolation) ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ଵାଇଁ କହିଛନ୍ତି। ଆଜି ଅନୁଗୋଳ ଜିଲ୍ଲାରୁ ୯୬ ଜଣ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୧ ଜଣ କୋଭିଡ ହସପିଟାଲରୁ ଓ ୮୫ ଜଣ ହୋମ ଆଇସୋଲେସନରୁ ସୁସ୍ଥ ହୋଇଛନ୍ତି।

Also Read:

Odisha Covid19: ଆଜି ୪,୨୦୮ ଜଣ କରୋନା ପଜିଟିଭ ଚିହ୍ନଟ, ମୋଟ ସଂକ୍ରମିତ ୨ ଲକ୍ଷ ପାର

Share this: