Covid19 Angul Update: ଅନୁଗୋଳ ଜିଲାରୁ ପୁଣି ୧୭୭ ଜଣ କରୋନା ପଜିଟିଭ ଚିହ୍ନଟ

Share this:

ଅନୁଗୋଳ: ଆଜି ଅନୁଗୋଳ  ଜିଲ୍ଲାରୁ ପୁଣି ୧୭୭ ଜଣ ନୂଆ କରୋନା ପଜିଟିଭ (Corona Positive) ଚିହ୍ନଟ ହୋଇଛନ୍ତି। ଅନ୍ୟ ଜିଲ୍ଲାରୁ ଏଠାରେ ସ୍ଵାବ ନମୁନା ଦେଇଥିବା ବ୍ୟକ୍ତି ମାନଙ୍କ ମଧ୍ୟରୁ ଆଜି ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ତାଳଚେର ବ୍ଲକ୍ ଅଞ୍ଚଳରୁ ସର୍ବାଧିକ ୫୯ ଜଣ, ଛେଣ୍ଡିପଦା ବ୍ଳକ୍ ଅଞ୍ଚଳରୁ ୨୭ ଜଣ, ବଅଁରପାଳ ବ୍ଳକ୍ ଅଞ୍ଚଳରୁ ୨୬ ଜଣ, କଣିହାଁ ବ୍ଳକ୍ ଅଞ୍ଚଳରୁ ୨୪ ଜଣ ଅନୁଗୋଳ ପୌରାଞ୍ଚଳରୁ ୧୮ ଜଣ, ଅନୁଗୁଳ ବ୍ଲକ୍ ଅଞ୍ଚଳରୁ ୧୩ ଜଣ, ପାଳଲହଡା ବ୍ଳକ୍ ଅଞ୍ଚଳରୁ ୪ ଜଣ, କିଶୋରନଗର ବ୍ଳକ୍ ଅଞ୍ଚଳରୁ ୩ ଜଣ ଆଠମଲ୍ଲିକ ବ୍ଲକ୍ ଅଞ୍ଚଳରୁ ୩ ଜଣ ଅଛନ୍ତି।

ଆଜି ଚିହ୍ନଟ ସମସ୍ତ ସଂକ୍ରମିତ  ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଥିବା ଜଣାପଡିଛି। ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ କୋଭିଡ ହସପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ୱଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ଵାଇଁ ପ୍ରକାଶ କରିଛନ୍ତି। ଆଜି ଅନୁଗୁଳ ଜିଲ୍ଲାରୁ ୧୪୧ ଜଣ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୩୪ ଜଣ କୋଭିଡ ହସପିଟାଲରୁ ଓ ୧୦୭ ଜଣ ହୋମ ଆଇସୋଲେସନରୁ ସୁସ୍ଥ ହୋଇଛନ୍ତି ବୋଲି ଜଣାପଡିଛି।

Also Read:

Corona Vaccine Updates: ଦେଶରେ ବିକଶିତ କରୋନା ଟିକା ପାଇଁ ନିର୍ଦ୍ଦେଶାବଳୀ ଜାରି,ଜାନୁୟାରୀରେ ମିଳିବ ଟୀକା

Share this: