Covid19 Odisha: ଦ୍ରୁତ ଗତିରେ ବଢୁଛି କରୋନା ସଂକ୍ରମଣ, ଆଜି ରାଜ୍ୟରୁ ୩୩୪ ଚିହ୍ନଟ

Share this:

ଭୁବନେଶ୍ଵର: New Covid19 Odisha Cases News ରାଜ୍ୟରେ କୋଭିଡ ସଂକ୍ରମଣ (Coronavirus) ପୁଣି ବଢିବାରେ ଲାଗିଛି। ଗତକାଲି ରାଜ୍ୟରୁ ୨୪୫ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ମଙ୍ଗଳବାର ୩୩୪ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୫୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୯୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୩୯ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ମଧ୍ୟ ସର୍ବାଧିକ ଖୋର୍ଦ୍ଧାରୁ ୧୮୭ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ଵରରୁ ୨ଜଣ, ଭଦ୍ରକରୁ୨ଜଣ, କଟକରୁ ୭୦ଜଣ ଚିହ୍ନଟ ହୋଇଥିବାବେଳେ ଜଗତସିଂପୁରରୁ ୬ଜଣ, ଯାଜପୁରରୁ ୨ଜଣ, କଳାହାଣ୍ଡିରୁ ୩ଜଣ, କୋରାପୁଟରୁ ୩ଜଣ, ମୟୁରଭଞ୍ଜରୁ ୨ଜଣ, ନୟାଗଡରୁ ୨ଜଣ, ନୂଆପଡ଼ାରୁ ୪ଜଣ, ପୁରୀରୁ ୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ରୁ ଜଣେ, ସମ୍ବଲପୁରରୁ ୭ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡରୁ ୩ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୩୭ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୧ଲକ୍ଷ ୪୮ହଜାର ୨୦୫ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୯୧ ହଜାର ୧୧୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୨୯ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୮୦ହଜାର ୨୪୩ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୬୯୫ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

mahimalive news
Share this:

Leave a Reply

Your email address will not be published. Required fields are marked *