Corona Cases: ରାଜ୍ୟରୁ ଆଜି ୩ ଏବଂ ଦେଶରୁ ୧୫୬୯ ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: Corona Cases Latest Updates ଓଡ଼ିଶାରେ ଦୈନିକ କରୋନା ସଂକ୍ରମଣ ୧୦ ତଳକୁ ଖସିଛି। ଆଜି ମଙ୍ଗଳବାର ୨ଜିଲ୍ଲାରୁ ୩ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ କୌଣସି ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ଜଣେ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି କେନ୍ଦ୍ରାପଡାରୁ ୨ଜଣ ଏବଂ କଟକରୁ ଜଣେ ଚିହ୍ନଟ ହୋଇଛନ୍ତି। ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୫ ଲକ୍ଷ ୫୫ ହଜାର ୪୭ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୩୧୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୭ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୯ ହଜାର ୧୭ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୧୮ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

ସେହିପରି ଦେଶରେ କରୋନା ମହାମାରୀ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ୧ ହଜାର ୫୬୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୯ ରହିଛି। ଏହି ସମୟରେ ସକ୍ରିୟ ମାମଲା ୧୬ ହଜାର ୪୦୦ ରହିଛି। ସେହିପରି ୨୪ ଘଣ୍ଟାରେ ୨ ହଜାର ୪୬୭ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୪ ହଜାର ୨୬୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୧ ଲକ୍ଷ ୨୫ ହଜାର ୩୭୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୫ ଲକ୍ଷ ୮୪ ହଜାର ୭୧୦ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଏଥିସହିତ ରାଜଧାନୀ ଦିଲ୍ଲୀରେ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦିଲ୍ଲୀରେ ସର୍ବାଧିକ ୩୭୭ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। କେରଳରେ ୩୨୧ଜଣ, ହରିୟାଣାରେ ୨୧୮ଜଣ, ଉତ୍ତରପ୍ରଦେଶରେ ୧୩୮ଜଣ, ମହାରାଷ୍ଟ୍ରରେ ୧୨୯ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Share this:

Leave a Reply

Your email address will not be published. Required fields are marked *