Coronavirus in Odisha: କମୁନି ମୃତ୍ୟୁ ସଂଖ୍ୟା, ଓଡ଼ିଶାରେ କରୋନାରେ ୬୯ ଜଣଙ୍କ ମୃତ୍ୟୁ

Share this:

ଭୂବନେଶ୍ଵର: ଓଡ଼ିଶା (Odisha) ରେ ଆଉ ୬୯ ଜଣଙ୍କ ଜୀବନ ନେଇଛି କରୋନା ଭୂତାଣୁ (Coronavirus)। ଆକ୍ରାନ୍ତମାନଙ୍କର  ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୭ ହଜାର ୩୫୮ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

କଟକ ଏବଂ ଜଗତସିଂହପୁର ଜିଲ୍ଲାରୁ ସର୍ବାଧିକ ୧୩ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ସେହିପରି ଢେଙ୍କାନାଳ ଜିଲ୍ଲାରୁ ୧୧ଜଣ, ଅନୁଗୁଳ ଏବଂ କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ଯାଜପୁର ଜିଲ୍ଲାରୁ ୫ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ଭଦ୍ରକ, ବାଲେଶ୍ୱର ଏବଂ ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ଲେଖାଏଁ  ମୃତ୍ୟୁବରଣ କରିଛନ୍ତି। ନବରଙ୍ଗପୁର ଏବଂ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୭୪ ଲକ୍ଷ ୮୩ ହଜାର ୭୦୬ଟି  ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୦ ଲକ୍ଷ ୯୩୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୯୭୯ଜଣ ସୁସ୍ଥ ହେବା ସହିତ ମୋଟ ୯ ଲକ୍ଷ ୮୪ ହଜାର ୨୨୪ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୯ ହଜାର ୩୦୨ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this: