Covid19 Odisha:ରାଜ୍ୟରୁ ଆଜି ୧୧ କରୋନା ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: Odisha Covid-19 Report ରାଜ୍ୟରେ କରୋନା ସଂକ୍ରମଣ (Coronavirus) କମିଛି। ଗତକାଲି ରାଜ୍ୟରୁ ୨୨ଜଣ କରୋନା ସଂକ୍ରମିତ (Coronavirus) ଚିହ୍ନଟ ହୋଇଥିଲାବେଳେ ଆଜି ୮ ଜିଲ୍ଲାରୁ ୧୧ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଅଛନ୍ତି ୨ଜଣ। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୮ଜଣ  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୩ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟଙ୍କ ମଧ୍ୟରେ ବାଲେଶ୍ଵର, ବଲାଙ୍ଗୀରି, କଟକ ଏବଂ ଗଜପତିରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧାରୁ ୨ଜଣ, ମୟୁରଭଞ୍ଜରୁ ଜଣେ, ସମ୍ବଲପୁରରୁ ୨ଜଣ ଏବଂ ସୁନ୍ଦରଗଡରୁ ୨ଜଣ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩କୋଟି ୮ଲକ୍ଷ ୮୭ ହଜାର ୧୩ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୭ ହଜାର ୮୩୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୪୪ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୮ ହଜାର ୪୮୫ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୭୫ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this: