Covid19 Odisha: ଆଜି ଓଡିଶାରୁ ଆଉ ୧୨ କୋଭିଡ ପଜିଟିଭ ଚିହ୍ନଟ

Covid-new-cases-odisha
Share this:

ଭୁବନେଶ୍ଵର: Odisha Covid-19 Report ରାଜ୍ୟରେ କରୋନା ସଂକ୍ରମଣ (Coronavirus) ଦିନେ ବଢିଲେ ଦିନେ କମୁଛି। ଗତକାଲି ରାଜ୍ୟରୁ ୮ଜଣ କରୋନା ସଂକ୍ରମିତ (Coronavirus) ଚିହ୍ନଟ ହୋଇଥିଲାବେଳେ ଆଜି ସୋମବାର ୫ ଜିଲ୍ଲାରୁ ୧୨ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଅଛନ୍ତି ୪ଜଣ। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୭ଜଣ  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୫ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟଙ୍କ ମଧ୍ୟରେ ବଲାଙ୍ଗୀରିରୁ ସର୍ବାଧିକ ୫ଜଣ, ଭଦ୍ରକ, କଟକ ଏବଂ ଖୋର୍ଦ୍ଧାରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବାବେଳେ ସମ୍ବଲପୁରରୁ ୪ଜଣ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩କୋଟି ୯ ଲକ୍ଷ ୨୮ହଜାର ୮୬୨ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୭ ହଜାର ୮୫୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨୦ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୮ ହଜାର ୫୩୬ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୪୪ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this: