Covid19 Odisha: ଆଜି ଓଡ଼ିଶାରେ ସଂକ୍ରମିତଙ୍କ ସଂଖ୍ୟା ୩୦୦ ପାର, ଚିନ୍ତା ବଢାଉଛି ଖୋର୍ଦ୍ଧା

Odisha_Covod-19 Updates
Share this:

ଭୁବନେଶ୍ଵର: New Covid19 Cases odisha Latest Updates ଦିନକୁ ଦିନ ଓଡ଼ିଶାରେ ବଢିଚାଲିଛି କରୋନା ସଂକ୍ରମଣ (Coronavirus)। ଲଗାତାର ଭାବେ ୨୦୦ରୁ ଉପରେ ରହୁଥିଲା ଦୈନିକ ସଂକ୍ରମଣ। କିନ୍ତୁ ଆଜି ପାଖାପାଖି ୩୫୦ ପଜିଟିଭ ଚିହ୍ନଟ ହୋଇଛନ୍ତି। ଗତକାଲି ରାଜ୍ୟରୁ ୨୩୧ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରବିବାର ଏକାଥରକେ ୩୪୬ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୪୯ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୨୦୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୪୪ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୮୯ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ଵରରୁ ୭ଜଣ, ଭଦ୍ରକରୁ୪ଜଣ, କଟକରୁ ୫୧ଜଣ ଚିହ୍ନଟ ହୋଇଥିବାବେଳେ ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ଜଣେ, ଜଗତସିଂପୁରରୁ ୭ଜଣ, ଯାଜପୁରରୁ ୪ଜଣ, ଝାରସୁଗୁଡାରୁ ୨ଜଣ, କଳାହାଣ୍ଡିରୁ ଜଣେ, ମୟୁରଭଞ୍ଜରୁ ୨ଜଣ, ନୟାଗଡରୁ ଜଣେ, ନୂଆପଡ଼ାରୁ ୭ଜଣ, ପୁରୀରୁ ୪ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ରୁ ୫ଜଣ, ସମ୍ବଲପୁରରୁ ୫ଜଣ, ସୁନ୍ଦରଗଡରୁ ୧୩ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୪୧ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୧ଲକ୍ଷ ୨୪ହଜାର ୬ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୯୦ ହଜାର ୫୩୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୭୧ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୮୦ହଜାର ୪୯ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୩୧୦ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

ଏଥିସହିତ କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

mahimalive news
Share this:

Leave a Reply

Your email address will not be published. Required fields are marked *