Covid19 Odisha: ଓଡିଶାରେ କମ୍ ହେଉନି କରୋନା ସଂକ୍ରମଣ, ଆଜି ୪୨୮ ଚିହ୍ନଟ

Share this:

ଭୁବନେଶ୍ଵର: New Covid19 Odisha Cases News ଓଡ଼ିଶାରେ କମ୍ ହେଉନି କରୋନା ସଂକ୍ରମଣ (Coronavirus)। ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଯାହାକି ଚିନ୍ତାଜନକ ପରିସ୍ଥିତି ସୃଷ୍ଟି ହେବାର ଆଶଂଙ୍କା ରହିଛି। ଗତକାଲି ରାଜ୍ୟରୁ ୪୦୧ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ଗୁରୁବାର ପୁଣି ରେକର୍ଡ ସଂଖ୍ୟକ ୪୨୮ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୫୬ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୨୫୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୭୭ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧାରୁ ୧୮୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ଵରରୁ ୨୨ଜଣ, ଭଦ୍ରକରୁ୪ଜଣ, କଟକରୁ ୮୮ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ଜଣେ, ଗଞ୍ଜାମରୁ ଜଣେ, ଜଗତସିଂପୁରରୁ ୬ଜଣ, ଯାଜପୁରରୁ ୫ଜଣ, ଝାରସୁଗୁଡାରୁ ୪ଜଣ, କଳାହାଣ୍ଡିରୁ ଜଣେ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡାରୁ ୨ଜଣ, କୋରାପୁଟରୁ ଜଣେ, ମାଲକାନଗିରିରୁ ୨ଜଣ, ମୟୁରଭଞ୍ଜରୁ ୮ଜଣ, ନୟାଗଡରୁ ୪ଜଣ, ନୂଆପଡ଼ାରୁ ୩ଜଣ, ପୁରୀରୁ ୧୧ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ରୁ ୨ଜଣ, ସମ୍ବଲପୁରରୁ ୯ଜଣ, ସୋନପୁରରୁ ୨ଜଣ, ସୁନ୍ଦରଗଡରୁ ୨୦ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୪୩ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୧ଲକ୍ଷ ୮୦ହଜାର ୮୨୪ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୯୧ ହଜାର ୯୪୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୫୦ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୮୦ହଜାର ୫୩୨ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୨୩୫ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

mahimalive news
Share this:

Leave a Reply

Your email address will not be published. Required fields are marked *