Covid19 Odisha: ଓଡ଼ିଶାରେ ପୁଣି ଫେରିପାରେ କରୋନା କଟକଣା! ଆଜି ୫୧୨ ଚିହ୍ନଟ

Share this:

ଭୁବନେଶ୍ଵର: New Covid19 Odisha Cases News ବର୍ତ୍ତମାନ ଓଡ଼ିଶାରେ ବଢୁଥିବା କରୋନା ସଂକ୍ରମଣ (Coronavirus) କୁ ଦେଖି ପୁଣି କଟକଣା ବଢିପାରେ! ଗତକାଲି ରାଜ୍ୟରୁ ୪୭୦ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ଶନିବାର ରେକର୍ଡ ସଂଖ୍ୟକ ୫୧୨ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୫୯ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୩୦୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୨୧୨ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟରେ ଖୋର୍ଦ୍ଧା, କଟକ, ସୁନ୍ଦରଗଡ ଏବଂ ପୁରୀ ଜିଲ୍ଲାରେ କରୋନା ବଢୁଛି। ଆଜି ଖୋର୍ଦ୍ଧାରୁ ୨୩୭ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳଋ ଜଣେ, ବାଲେଶ୍ଵରରୁ୩ଜଣ, ବରଗଡ଼ଋ ଜଣେ, ଭଦ୍ରକରୁ ଜଣେ, କଟକରୁ ୮୯ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡଋ ୨ଜଣ, ଗଞ୍ଜାମରୁ ୨ଜଣ, ଜଗତସିଂପୁରରୁ ୮ଜଣ, ଯାଜପୁରରୁ ୧୦ଜଣ, ଝାରସୁଗୁଡାରୁ ୭ଜଣ, କଳାହାଣ୍ଡିରୁ ଜଣେ, କେନ୍ଦ୍ରାପଡାରୁ ୩ଜଣ, କେଉଁଝରରୁ ୩ଜଣ, ମାଲକାନଗିରିଋ ୩ଜଣ, ମୟୁରଭଞ୍ଜରୁ ୮ଜଣ, ନୟାଗଡରୁ ଜଣେ, ପୁରୀରୁ ୨୯ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ରୁ ୨ଜଣ, ସମ୍ବଲପୁରରୁ ୬ଜଣ, ସୋନପୁରରୁ ୧୫ଜଣ, ସୁନ୍ଦରଗଡରୁ ୨୯ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୫୧ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୨ ଲକ୍ଷ ୧୩ହଜାର ୫୭ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୯୨ ହଜାର ୯୨୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨୦୪ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୮୦ହଜାର ୯୫୪ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୭୯୫ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

mahimalive news
Share this:

Leave a Reply

Your email address will not be published. Required fields are marked *