Covid19 Odisha: ବଢୁଛି କରୋନା ସଙ୍କ୍ରମଣ, ଆଜି ରାଜ୍ୟରୁ ୫୭୨ ଚିହ୍ନଟ

Share this:

ଭୁବନେଶ୍ଵର: New Covid19 Odisha Cases News ଓଡ଼ିଶାରେ କରୋନା ସଂକ୍ରମଣ (Coronavirus) ବଢୁଛି। ବର୍ତ୍ତମାନ ଦୈନିକ ସଂକ୍ରମଣ ୫୦୦ ଉପରେ ରହୁଛି। ଗତକାଲି ରାଜ୍ୟରୁ ୫୭୬ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ସୋମବାର ୫୭୨ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୬୯ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୩୩୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୨୩୬ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୧୯ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ୧୪ଜଣ, ବାଲେଶ୍ଵରରୁ ୧୨ଜଣ, ବରଗଡ଼ରୁ ଜଣେ, ଭଦ୍ରକରୁ ୩ଜଣ, ବଲାଙ୍ଗୀରିରୁ ୨ଜଣ, ବୌଦରୁ ଜଣେ, କଟକରୁ ୬୮ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୨ଜଣ, ଗଜପତିରୁ ୫ଜଣ, ଜଗତସିଂପୁରରୁ ୮ଜଣ, ଯାଜପୁରରୁ ୧୫ଜଣ, ଝାରସୁଗୁଡାରୁ ୬ଜଣ, କଳାହାଣ୍ଡିରୁ ୫ଜଣ, କେନ୍ଦ୍ରାପଡାରୁ ଜଣେ, କେଉଁଝରରୁ ୩ଜଣ, କୋରାପୁଟରୁ ୪ଜଣ, ମୟୁରଭଞ୍ଜରୁ ୧୬ଜଣ, ନୟାଗଡରୁ ୫ଜଣ, ନୂଆପଡ଼ାରୁ ୮ଜଣ, ପୁରୀରୁ ୧୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ରୁ ୨ଜଣ, ସମ୍ବଲପୁରରୁ ୪୧ଜଣ, ସୋନପୁରରୁ ୩ଜଣ, ସୁନ୍ଦରଗଡରୁ ୬୩ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୫୩ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୨ ଲକ୍ଷ ୪୩ ହଜାର ୧୬୦ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୯୪ ହଜାର ୭୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨୩୯ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୮୧ହଜାର ୫୩୭ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୩୬୦ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

mahimalive news

Read Also | Odisha Weather Report: ସୃଷ୍ଟି ହେଲା ଲଘୁଚାପ, ୪ ଦିନ ପ୍ରବଳ ବର୍ଷା

Share this:

Leave a Reply

Your email address will not be published. Required fields are marked *