Covid19 Odisha Updates: ଓଡିଶାରୁ ଆଜି ୨୫୧ କୋଭିଡ ପଜିଟିଭ ଚିହ୍ନଟ, ୮ ମୃତ୍ୟୁ

Share this:

ଭୁବନେଶ୍ଵର: Odisha Covid-19 news ଓଡିଶାରୁ ଆଜି ୨୫୧ଜଣ କୋଭିଡ-୧୯ (Covid-19) ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଅଛନ୍ତି ୮୩ଜଣ। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୪୬ଜଣ  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୦୫ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି, ଅନୁଗୋଳ ଜିଲ୍ଲାରୁ ୨୫ଜଣ, ବାଲେଶ୍ଵରରୁ ୮ଜଣ, ଭଦ୍ରକରୁ ଜଣେ, ବଲାଙ୍ଗୀରିରୁ ୨ଜଣ, ବୌଦରୁ ୪ଜଣ, କଟକରୁ ୨ଜଣ, ଗଜପତିରୁ ୨୬ଜଣ, ଗଞ୍ଜାମରୁ ୫ଜଣ, ଯାଜପୁରରୁ ୨୧ଜଣ, ଝାରସୁଗୁଡାରୁ ୨୫ଜଣ, କଳାହାଣ୍ଡିରୁ ଜଣେ,କନ୍ଧମାଳରୁ ୨ଜଣ, କେନ୍ଦ୍ରାପଡ଼ାରୁ ୭ଜଣ, କେଉଁଝରରୁ ୨୦ଜଣ, କୋରପୁଟରୁ ୫ଜଣ, ମୟୁରଭଞ୍ଜରୁ ୧୧ଜଣ, ନବରଙ୍ଗପୁରୁ ୨ଜଣ, ନୟାଗଡ଼ରୁ ଜଣେ, ପୁରୀରୁ ୩ଜଣ, ରାୟଗଡାରୁ ଜଣେ, ସୋନପୁରରୁ ଜଣେ, ସମ୍ବଲପୁରରୁ ୨୩ଜଣ, ସୁନ୍ଦରଗଡରୁ ୧୧ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ୮ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୨ କୋଟି ୯୨ ଲକ୍ଷ ୯ ହଜାର ୭୨୪ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୪ ହଜାର ୮୬୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୪୯୪ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୨ ହଜାର ୯୨୨ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨ହଜାର ୮୨୮ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

ସେହିପରି ରାଜ୍ୟରେ ୮ କରୋନା ସଂକ୍ରମିତଙ୍କ ପ୍ରାଣହାନି ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୯ ହଜାର ୬୪କୁ ବୃଦ୍ଧି ପାଇଛି।

Share this: