Covid 19 Odisha: ଓଡ଼ିଶାରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣ (Corona Virus) ହ୍ରାସ ପାଇବାରେ ଲାଗିଛି। ଗତ ୨୪ଘଣ୍ଟା ମଧ୍ୟରେ ୧୯ଟି ଜିଲ୍ଲାରୁ ୬୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୩୯ ଏବଂ ସ୍ଥାନୀୟ ଅଞ୍ଚଳରୁ ୨୪ଜଣ ରହିଛନ୍ତି।
ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଅନୁସାରେ ଆକ୍ରାନ୍ତଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲରୁ ସର୍ବାଧିକ ୧୦ ଜଣ ରହିଥିବାବେଳେ ବରଗଡ଼ରୁ ୭, ଝାରସୁଗୁଡ଼ା, ଖୋର୍ଦ୍ଧା ଏବଂ ସମ୍ବଲପୁରରୁ ୬ଜଣ ଲେଖାଏଁ ଆକ୍ରାନ୍ତ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୪୬୦କୁ ବୃଦ୍ଧି ପାଇଛି।
ସେହିପରି ରାଜ୍ୟରେ ଗତକାଲି ୮୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେବା ପରେ ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୭୮୮କୁ ବୃଦ୍ଧି ପାଇଛି। ଏବେ ୭୦୬ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି। ଆଜି ସୁଦ୍ଧା ରାଜ୍ୟରେ ୮୧ ଲକ୍ଷ ୭୪୯ଟି କରୋନା ନମୁନା ପରୀକ୍ଷା ହୋଇଥିବା ସୂଚନା ରହିଛି।
[amazon_auto_links id=”9932″]