Covid19 Odisha: ରାଜ୍ୟରୁ ଆଜି ୨୪୫ କୋଭିଡ ସଂକ୍ରମିତ ଚିହ୍ନଟ

Share this:

ଭୁବନେଶ୍ଵର: New Covid19 Odisha Cases News ଓଡ଼ିଶାରେ ଆଜି ଗତକାଲି ଅପେକ୍ଷା କମ୍ ରହିଛି କରୋନା ସଂକ୍ରମଣ (Coronavirus)। ଗତକାଲି ରାଜ୍ୟରୁ ୩୪୬ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ସୋମବାର ୨୪୫ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୪୧ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୪୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୦୨ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ମଧ୍ୟ ସର୍ବାଧିକ ଖୋର୍ଦ୍ଧାରୁ ୧୩୫ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ଵରରୁ ୩ଜଣ, ଭଦ୍ରକରୁ୨ଜଣ, ବଲାଙ୍ଗୀରିରୁ ଜଣେ, କଟକରୁ ୩୮ଜଣ ଚିହ୍ନଟ ହୋଇଥିବାବେଳେ ଜଗତସିଂପୁରରୁ ଜଣେ, ଯାଜପୁରରୁ ୪ଜଣ, ଝାରସୁଗୁଡାରୁ ୪ଜଣ, କଳାହାଣ୍ଡିରୁ ଜଣେ, କେନ୍ଦ୍ରାପଡ଼ାରୁ ୨ଜଣ, ମାଲକାନଗିରିରୁ ଜଣେ, ମୟୁରଭଞ୍ଜରୁ ୭ଜଣ, ନୟାଗଡରୁ ଜଣେ, ନୂଆପଡ଼ାରୁ ୨ଜଣ, ପୁରୀରୁ ୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ରୁ ଜଣେ, ସମ୍ବଲପୁରରୁ ୩ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡରୁ ୯ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୨୮ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୧ଲକ୍ଷ ୩୬ହଜାର ୭୫୪ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୯୦ ହଜାର ୭୮୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୬୫ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୮୦ହଜାର ୧୧୪ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୪୯୦ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

ଏଥିସହିତ କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

mahimalive news
Share this:

Leave a Reply

Your email address will not be published. Required fields are marked *