Covid19 Odisha: ଆଜି ୮ କୋଭିଡ ପଜିଟିଭ ଚିହ୍ନଟ

News_Corona
Share this:

ଭୁବନେଶ୍ଵର: Odisha Covid-19 Report ରାଜ୍ୟରେ କରୋନା ସଂକ୍ରମଣ (Coronavirus) ଦିନକୁ ଦିନ କମିଚାଲିଛି। ଗତକାଲି ରାଜ୍ୟରୁ ୧୧ଜଣ କରୋନା ସଂକ୍ରମିତ (Coronavirus) ଚିହ୍ନଟ ହୋଇଥିଲାବେଳେ ଆଜି ୫ ଜିଲ୍ଲାରୁ ୮ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଅଛନ୍ତି ଜଣେ। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୫ଜଣ  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୩ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟଙ୍କ ମଧ୍ୟରେ ବଲାଙ୍ଗୀରି, କଟକ ଏବଂ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧାରୁ ୨ଜଣ, ସମ୍ବଲପୁରରୁ ୨ଜଣ ଏବଂ ସୁନ୍ଦରଗଡରୁ ଜଣେ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩କୋଟି ୯ ଲକ୍ଷ ୮ହଜାର ୯୩୧ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୭ ହଜାର ୮୪୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୩୧ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୮ ହଜାର ୫୧୬ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୫୨ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this: