Covid19 Odisha Report: ଆଜି ୫ ଜିଲ୍ଲାରୁ ୧୫ କୋଭିଡ ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: Odisha Covid-19 Report ଗତକାଲି ରାଜ୍ୟରୁ ୫ଜଣ କରୋନା ସଂକ୍ରମିତ (Coronavirus) ଚିହ୍ନଟ ହୋଇଥିଲାବେଳେ ଆଜି ୫ଜିଲ୍ଲାରୁ ୧୫ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଅଛନ୍ତି ୨ଜଣ। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୯ଜଣ  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୬ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟଙ୍କ ମଧ୍ୟରେ କେନ୍ଦ୍ରାପଡ଼ାରୁ ଜଣେ, ଖୋର୍ଦ୍ଧାରୁ ୯ଜଣ, ମୟୁରଭଞ୍ଜ, ନୂଆପଡ଼ା ଏବଂ ସୁନ୍ଦରଗଡରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି। ଷ୍ଟେଟପୁଲରୁ ଜଣେ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩କୋଟି ୮ଲକ୍ଷ ୨ହଜାର ୮୦ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୭ ହଜାର ୭୫୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୫୨ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୮ ହଜାର ୩୨୨ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୬୧ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this: