Covid19 Odisha : ୭ ଜିଲ୍ଲାରୁ ପୁଣି ୧୬ କୋଭିଡ ପଜିଟିଭ ଚିହ୍ନଟ

india-covid
Share this:

ଭୁବନେଶ୍ଵର: Odisha Covid-19 Report ଗତକାଲି ରାଜ୍ୟରୁ ୧୫ଜଣ କରୋନା ସଂକ୍ରମିତ (Coronavirus) ଚିହ୍ନଟ ହୋଇଥିଲାବେଳେ ଆଜି ୭ ଜିଲ୍ଲାରୁ ୧୬ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଅଛନ୍ତି ୪ଜଣ। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୦ଜଣ  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୬ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟଙ୍କ ମଧ୍ୟରେ ବଲାଙ୍ଗୀରି ଏବଂ ଯାଜପୁରରୁ ୨ଜଣ ଲେଖାଏଁ ଚିହ୍ନଟ ହୋଇଥିବାବେଳେ କେନ୍ଦ୍ରାପଡାରୁ ଜଣେ ଖୋର୍ଦ୍ଧାରୁ ୬ଜଣ, ରାୟଗଡାରୁ ଜଣେ, ସମ୍ବଲପୁରରୁ ୩ଜଣ ଏବଂ ସୁନ୍ଦରଗଡରୁ ଜଣେ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩କୋଟି ୮ଲକ୍ଷ ୨୦ ହଜାର ୪୮୭ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୭ ହଜାର ୭୭୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୪୫ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୮ ହଜାର ୩୬୭ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୩୨ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this: