Covid19 Odisha Report: ଓଡିଶାରୁ କମୁଛି କରୋନା ସଂକ୍ରମଣ, ଆଜି ୨୧ ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: Odisha Covid-19 Report ଓଡ଼ିଶାରେ ଦିନକୁ ଦିନ କରୋନା ସଂକ୍ରମଣ (Coronavirus) କମିବାରେ ଲାଗିଛି। ଗତକାଲି ରାଜ୍ୟରୁ ୩୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲାବେଳେ ଆଜି ୨୧ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଅଛନ୍ତି ୫ଜଣ। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୩ଜଣ  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୮ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟଙ୍କ ମଧ୍ୟରେ ବାଲେଶ୍ଵରରୁ ଜଣେ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମରୁ ଜଣେ, ଯାଜପୁରରୁ ଜଣେ, ଝାରସୁଗୁଡାରୁ ୩ଜଣ, କେନ୍ଦ୍ରାପଡାରୁ ଜଣେ, ଖୋର୍ଦ୍ଧାରୁ ୪ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ମୟୁରଭଞ୍ଜରୁ ଜଣେ, ସମ୍ବଲପୁରରୁ ୩ଜଣେ, ସୁନ୍ଦରଗଡରୁ ୩ଜଣ ଏବଂ ଷ୍ଟେଟ୍ ପୁଲରୁ ଜଣେ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩କୋଟି ୬ ଲକ୍ଷ ୯୯ ହଜାର ୮୦୪ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୭ ହଜାର ୬୬୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୪୦ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୮ ହଜାର ୧୨୧ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୬୬ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this: