Covid19 Odisha Report: ଆଜି ରାଜ୍ୟରୁ ୩୬ କରୋନା ପଜିଟିଭ ଚିହ୍ନଟ

covid-19-tb
Share this:

ଭୁବନେଶ୍ଵର: Odisha Covid-19 Report ଗତକାଲି ରାଜ୍ୟରୁ ୪୦ଜଣ କରୋନା ସଂକ୍ରମିତ (Coronavirus) ଚିହ୍ନଟ ହୋଇଥିଲାବେଳେ ଆଜି ୧୧ ଜିଲ୍ଲାରୁ ୩୬ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଅଛନ୍ତି ୬ଜଣ। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୨୧ଜଣ  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୫ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟଙ୍କ ମଧ୍ୟରେ ବାଲେଶ୍ଵରରୁ ୨ଜଣ, ବଲାଙ୍ଗୀରି ଏବଂ ଦେଓଗଡରୁ ଜଣେ ଲେଖାଏଁ ଥିବାବେଳେ ଗଜପତି ଜିଲ୍ଲାରୁ ୨ଜଣ, ଜଗତସିଂପୁରରୁ ଜଣେ, ଯାଜପୁରରୁ ୨ଜଣ, କେନ୍ଦ୍ରାପଡାରୁ ୩ଜଣ, ଖୋର୍ଦ୍ଧାରୁ ୫ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ମୟୁରଭଞ୍ଜରୁ ୫ଜଣ, ସମ୍ବଲପୁରରୁ ୪ଜଣ, ସୁନ୍ଦରଗଡରୁ ୯ଜଣ ଏବଂ ଷ୍ଟେଟପୁଲରୁ ଜଣେ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩କୋଟି ୭ଲକ୍ଷ ୬୪ହଜାର ୫୮୧ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୭ ହଜାର ୭୩୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୭୧ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୮ ହଜାର ୨୩୩ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୩୦ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this: